ଶେଷ ପର୍ଯ୍ୟାୟରେ ପ୍ରଶାସନର ନିର୍ବାଚନ ପ୍ରସ୍ତୁତି: ଆଜି ମତଦାନ କେନ୍ଦ୍ରକୁ ଯିବେ ପୋଲିଂ ପାର୍ଟି

ଅନୁଗୋଳ ଅଫିସ, ୨୧।୪- ଅନୁଗୋଳ ଜିଲାରେ ସାଧାରଣ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବିଭିନ୍ନ ମତଦାନ କେନ୍ଦ୍ରକୁ ରବିବାର ଠାରୁ ନିର୍ବାଚନ ପରିଚାଳନା ଅଧିକାରୀମାନେ ଯିବେ ବୋଲି ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଅନୁଗୋଳ ଓ ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ପାଇଁ ଅନୁଗୋଳ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ମତଦାନ ପାଇଁ ଆବଶ୍ୟକ ସରଞ୍ଜାମ ପୋଲିଂ ଅଧିକାରୀଙ୍କୁ ପ୍ରଦାନ କରାଯିବ। ତାଳଚେର ନିର୍ବାଚନ ପରିଚାଳନା କରିବା ପାଇଁ ତାଳଚେର ମହାବିଦ୍ୟାଳୟରୁ ସରଞ୍ଜାମ ପ୍ରଦାନ କରିବାକୁ ଥିବାବେଳେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ ପାଇଁ ଆଠମଲ୍ଲିକ କଲେଜରୁ ମତଦାନ ପାଇଁ ପ୍ରସ୍ତୁତ ସରଞ୍ଜାମ ପୋଲିଂ ପାର୍ଟିଙ୍କୁ ଦିଆଯିବ। ସେହିପରି ପାଲଲହଡ଼ା ଉପଜିଲାପାଳ କାର୍ଯ୍ୟାଳୟ ତଥା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ପୋଲିଂ ପାର୍ଟିଙ୍କୁ ସରଞ୍ଜାମ ପ୍ରଦାନ କରାଯିବ ବୋଲି ଜିଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ୧୧୬୩ ମତଦାନ କେନ୍ଦ୍ରରେ ଜିଲାର ୫ଟି ନିର୍ବାଚନ ମଣ୍ଡଳୀର ମତଦାନ ଅନୁଷ୍ଠିତ ହେବ। ନକ୍ସଲ ପ୍ରବଣ ଅଞ୍ଚଳ ପାଲଲହଡ଼ା ଓ ଆଠମଲି୍ଲକ ନିର୍ବାଚନ ମଣ୍ଡଳୀରେ ମତଦାନ ପାଇଁ ଯିବାକୁ ଥିବା ପୋଲିଂ ପାର୍ଟିଙ୍କୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ନିଆଯିବାକୁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା ପାଇଁ ଅନୁଗୋଳ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି। ଜିଲାରେ ୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ ୧୧୮ଟି କେନ୍ଦ୍ରକୁ ସମ୍ବେଦନଶୀଳ ଭୋଟ ଗ୍ରହଣ କେନ୍ଦ୍ର ଭାବେ ଚିହ୍ନଟ କରାଯାଇଛି। ଏହି କେନ୍ଦ୍ରଗୁଡ଼ିକ ଉପରେ ଜିଲା ନିର୍ବାଚନ ଅଧିକାରୀ ସ୍ବତନ୍ତ୍ର ଦୃଷ୍ଟି ରଖିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri