ଶେଷ ହୋଇପାରେ ଆମେରିକା-ଚାଇନା ଟ୍ରେଡଓ୍ବାର 

ନୂଆଦିଲ୍ଳୀ,୨୨-୧୨: ଆମେରିକା ଏବଂ ଚାଇନା ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଶୀଘ୍ର ଶେଷ ହୋଇପାରେ। ଟ୍ରେଡ୍‌ ଡିଲ୍‌କୁ ନେଇ ଚାଇନାର ରାଷ୍ଟ୍ରପତି ଜି.ଜିନପିଙ୍ଗଙ୍କ ସହ ଆଲୋଚନା ସକାରାତ୍ମକ ରହିଛି ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର କହିଛନ୍ତି। ଗତ ୧୮ ମାସ ଧରି ଦୁଇ ଦେଶ ବାଣିଜ୍ୟ ଯୁଦ୍ଧରେ ଲିପ୍ତ ରହିଥିଲେ। ହେଲେ ଚଳିତ ମାସ ପ୍ରଥମ ସପ୍ତାହରେ ଦୁଇ ପକ୍ଷ ଚୁକ୍ତି ନେଇ ରାଜି ହେବା ସହ ପ୍ରଥମ ପର୍ଯ୍ୟାୟ ପ୍ରକ୍ରିୟା ଶେଷ କରିଥିଲେ। ଟ୍ରେଡ୍‌ ଡିଲ୍‌ ହେଲେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଯୁଦ୍ଧର ଅନ୍ତ ହେବ ବୋଲି କୁହାଯାଉଛି।

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଟୁଇଟରେ କହିଛନ୍ତି ଯେ, ଚାଇନା ସହ ବାଣିଜ୍ୟ ଚୁକ୍ତି ନେଇ ଆଲୋଚନା କରାଯାଇଛି। ଚାଇନା ଆମେରିକାଠାରୁ କୃଷିଜାତ ସାମଗ୍ରୀ କିଣିବା ଆରମ୍ଭ କରିଛି। ଉକ୍ତ ଦେଶକୁ ବୃହତ୍‌ ମାତ୍ରାରେ କୃଷି ସାମଗ୍ରୀ ରପ୍ତାନି ପୁଣି ଥରେ ସ୍ଥିତାବସ୍ଥାକୁ ଫେରିବ। ଔପଚାରିକ ଭାବେ ଚୁକ୍ତି ସ୍ବାକ୍ଷର କରିବା ନେଇ ଯୋଜନା ରହିଛି। ଏହାବାଦ ଉତ୍ତର କୋରିଆ ଏବଂ ହଂକଂ ସହ କାରବାର ନେଇ ଆଲୋଚନା ହୋଇଥିବା ଟ୍ରମ୍ପ ଟୁଇଟରେ ସ୍ପଷ୍ଟ କରିଛନ୍ତି। ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଚୁକ୍ତି କେବେ ସୁଦ୍ଧା ସ୍ବାକ୍ଷରିତ ହେବ ସେ ନେଇ ଟ୍ରମ୍ପ କୌଣସି ସ୍ପଷ୍ଟ ସୂଚନା ଦେଇନାହାନ୍ତି।

ବାଣିଜ୍ୟ ଚୁକ୍ତି କେବଳ ଚାଇନା ଏବଂ ଆମେରିକା ଲାଗି ଲାଭକାରି ହେବ ନାହିଁ ବରଂ ଏହା ଦ୍ୱାରା ବିଶ୍ୱର ଅନ୍ୟ ରାଷ୍ଟ୍ରଗୁଡିକ ମଧ୍ୟ ଲାଭବାନ ହେବେ। ଏହି ଚୁକ୍ତି ଭାରତ ଲାଗି ମଧ୍ୟ ସୁବିଧା ଆଣିବ। ବିଶ୍ୱର ଅର୍ଥ ବ୍ୟବସ୍ଥା ଆମେରିକା ଚାଇନା ବାଣିଜ୍ୟ ଯୁଦ୍ଧ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏହି ଖବର ଆଶ୍ୱସ୍ତି ଆଣିଥିବା ବଜାର ବିଶେଷଜ୍ଞମାନେ କହିଛନ୍ତି। ଆମେରିକାରୁ ଆସୁଥିବା କେଉଁ ସାମଗ୍ରୀ ଉପରେ ଟିକସ କମିବ ସେ ନେଇ ଚାଇନା ଶୁକ୍ରବାର ଏକ ବିଜ୍ଞପ୍ତି ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri