ଶୋଇଥିବା ବେଳେ ପୁଅକୁ ହାଣି ହତ୍ୟାକଲେ ମା’

ଖଲ୍ଲିକୋଟ,୧୮ା୬(ଡି.ଏନ.ଏ)- ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଚିକିଲି ପଞ୍ଚାୟତ ଗୋପପୁର ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବାବେଳେ ପୁଅକୁ ହତ୍ୟା କରି ବାଡ଼ିପଟେ ପୋତି ଦେଇଛନ୍ତି ମା’। ଗୁରୁବାର ଅପରାହ୍ନରେ ପୋଲିସ ମାଟିଖୋଳି ମୃତଦେହ ଜବତ କରିବା ସହ ମା’ଙ୍କୁ ଗିରଫ କରିଛି। ମୃତକ ହେଲେ ଶୁକୁରିଆ ନାହାକ (୨୪)। ଗୋପପୁର ଗ୍ରାମ ଅନୁସୂଚିତ ଜାତି ସାହିର ଦୁହିତା ନାୟକ (୫୦) ସ୍ବାମୀଙ୍କ ମୃତ୍ୟୁ ପରେ ବଡପୁଅ ଶୁକୁରିଆ, ସାନପୁଅ ଧନୁ ଏବଂ ବୋହୂଙ୍କ ସହ ରହୁଥିଲେ। ଶୁକୁରିଆ ବିଭିନ୍ନ ସମୟରେ ନିଶାସକ୍ତ ଅବସ୍ଥାରେ ଆସି ଘରେ ପାଟିତୁଣ୍ଡ କରିବା ସହ ମା’ ଓ ସ୍ତ୍ରୀଙ୍କୁ ମାରଧର କରନ୍ତି। ଏନେଇ ସ୍ତ୍ରୀ କିଛିଦିନ ହେଲା ବାପଘରରେ ଯାଇ ରହୁଛନ୍ତି। ବୁଧବାର ରାତିରେ ସାନପୁଅ ଖାଇସାରି ଖୁଡୀଙ୍କ ଘରକୁ ଶୋଇବାକୁ ଚାଲିଯାଇଥିଲେ। ଶୁକୁରିଆ ନିଶାସକ୍ତ ଅବସ୍ଥାରେ ଆସି ମା’ଙ୍କ ସହ କୌଣସି କାରଣରୁ ପାଟିତୁଣ୍ଡ କରିବା ସହ ମାଡ ମାରିଥିଲେ। ପରେ ଖାଇସାରି ଶୋଇ ପଡିଥିଲେ। ରାତିରେ ମା’ ଘରେ ଥିବା ଏକ କାତିରେ ଶୁକୁରିଆଙ୍କୁ ହାଣି ହତ୍ୟା କରିବା ପରେ ବାରିପଟେ ଗାତଖୋଳି ପୋତି ଦେଇଥିଲେ। ସକାଳେ ସାନପୁଅ ଧନୁ ଆସି ମା’ଙ୍କୁ ଭାଇ କୁଆଡେ ଗଲେ ବୋଲି ପଚାରିବାରୁ ସେ ସବୁ କଥା କହିଥିଲେ। ପରେ ସାନପୁଅ ଏନେଇ ଥାନାରେ ଜଣାଇଥିଲେ। ଅପରାହ୍ନରେ ଖଲ୍ଲିକୋଟ ତହସିଲଦାର ଚକ୍ରଧର ପାଢୀ ଓ ପୋଲିସ ଘଟଣାସ୍ଥଳକୁ ଯାଇ ମାଟିଖୋଳି ମୃତଦେହ ଜବତ କରିଥିଲେ। ଏକ ହତ୍ୟା ମାମଲା (ନଂ.୨୩୮/୨୦) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲ ପଠାଯାଇଛି। ମା’ ଏକୁଟିଆ ହତ୍ୟା କରିଛନ୍ତି ନା ଏଥିରେ ଆଉ କେହି ସମ୍ପୃକ୍ତ ଅଛନ୍ତି ଏନେଇ ଅଧିକ ତଦନ୍ତ ଚାଲିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri