ଶୋଇବା ପୂର୍ବରୁ ପିଅନ୍ତୁ ଉଷୁମ ପାଣି, ମିଳିବ ଏହି ଫାଇଦା

ଗରମଦିନରେ ଥଣ୍ଡାପାଣି ସମସ୍ତଙ୍କର ପ୍ରିୟ ହୋଇଥାଏ। କିନ୍ତୁ ଉଷୁମ ପାଣି ଦେହକୁ ସୁସ୍ଥ ରଖିଥାଏ। ଉଷୁମ ପାଣି ପିଇଲେ ଶରୀରରୁ ବ୍ୟାକ୍ଟେରିଆ ମରି ଯାଇଥାନ୍ତି। ଅଧିକାଂଶ ଲୋକ ସୁସ୍ଥ ରହିବାକୁ ସକାଳେ ଉଷୁମ ପାଣି ପିଇଥାନ୍ତି। କିନ୍ତୁ ସକାଳ ଅପେକ୍ଷା ରାତିରେ ଶୋଇବା ପୂର୍ବରୁ ଉଷୁମ ପାଣି ପିଇଲେ ଅନେକ ଫାଇଦା ମିଳିଥାଏ। ଆସନ୍ତୁ ଜାଣିବା…

କୋଷ୍ଠକାଠିନ୍ୟ ଦୂର ହୁଏ : ରାତିରେ ଶୋଇବା ପୂର୍ବରୁ ଉଷୁମ ପାଣି ନିୟମିତ ଭାବେ ପିଇଲେ ହଜମ ପ୍ରକ୍ରିୟା ଠିକ୍‌ରେ ହୋଇଥାଏ। ଫଳରେ କୋଷ୍ଠ୍ୟ କାଠିନ୍ୟ ସହଜରେ ଦୂର ହୋଇଥାଏ।

ହୃଦୟକୁ ସୁସ୍ଥ ରଖେ : ହୃଦରୋଗୀ ସବୁଦିନ ଉଷୁମପାଣି ପିଇବା ଉଚିତ୍‌। ଏପରି କଲେ ରକ୍ତଚାପ ନିୟନ୍ତ୍ରଣରେ ରହିବା ସହିତ ହୃଦଘାତ ଆଶଙ୍କା କମ୍‌ ରହିଥାଏ।

ମେଦବହୁଳତା ଦୂର କରେ: ପ୍ରତିଦିନ ରାତିରେ ଉଷୁମ ପାଣି ପିଇବା ଦ୍ୱାରା ଚର୍ବି କମିଥାଏ।

କିଡ୍‌ନୀ ସମସ୍ୟା ଦୂର ହୁଏ : ପ୍ରତିଦିନ ରାତିରେ ଖାଇ ସାରିବା ପରେ ଅର୍ଥାତ ଶୋଇବା ପୂର୍ବରୁ ଗୋଟିଏ ଗ୍ଲାସ ଉଷୁମ ପାଣି ପିଇଲେ କିଡ୍‌ନୀ ସମସ୍ୟା ଦୂରେଇ ଯାଏ।

ଥଣ୍ଡା ଦୂର ହୁଏ : ଥଣ୍ଡା ହୋଇଥିଲେ ପ୍ରତିଦିନ ରାତିରେ ଉଷୁମ ପାଣି ପିଇଲେ ଆରାମ ଲାଗେ।

ଗଣ୍ଠିଦରଜ ଦୂର ହୁଏ: ନିୟମିତ ଉଷୁମ ପାଣିରେ ଗାଧୋଇଲେ ଗଣ୍ଠିଦରଜ କମିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

ଅତ୍ୟଧିକ ମିଠାଜାତୀୟ ଖାଦ୍ୟ ଖାଉଥିଲେ…

ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ...

ଈଶ୍ୱର କଣିକାର ଆବିଷ୍କାରକ

ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର କରି ଖ୍ୟାତି ଲାଭ କରିଥିବା ପିଟର ହିଗ୍‌ସ ଚଳିତ ବର୍ଷ ଏପ୍ରିଲ ୮ ତାରିଖରେ ପରଲୋକ ଗମନ କରିଛନ୍ତି।...

ଥର୍ମୋମିଟର, ବାରୋମିଟର ଓ ଡାଲ୍‌ଟନ

କଡ଼େଇରେ ପାଣି ରଖି କଡ଼େଇ ତଳେ ନିଆଁ ଜାଳିଲେ ପାଣି ଗରମ ହୁଏ। କାରଣ ନିଆଁରୁ ବାହାରୁଥିବା ତାପ ଦ୍ୱାରା କଡ଼େଇ ଗରମ ହୁଏ। କଡ଼େଇ...

ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି...

ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ...

ଇଲେକ୍ଟ୍ରିକ୍‌ ସମାଗ୍ରୀ ଚକ୍‌ଚକ୍‌ କରିବାକୁ ଚାହୁଁଥିଲେ…ଆପଣାନ୍ତୁ ଏହି ଉପାୟ

ଇଲେକ୍ଟ୍ରି ସାମଗ୍ରୀ ସଫା କରିବା ସମୟରେ କେତେକ ବିଷୟ ପ୍ରତି ସ୍ବତନ୍ତ୍ର ଭାବରେ ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହି ସମୟରେ ନିମ୍ନଲିଖିତ ଟିପ୍ସ ଆପଣେଇ ପାରନ୍ତି…...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri