Posted inପୁରୀ

ଶୋଚନୀୟ ଅବସ୍ଥାରେ କଣାସ ବାତ୍ୟା ଆଶ୍ରୟସ୍ଥଳୀ

କଣାସ,୩୧ା୩(ସ୍ଵ.ପ୍ର.)- ମହାମାରୀ କରୋନା ସଂକ୍ରମଣ ଦେଶରେ ଅହେତୁକ ଭାବେ କାୟା ବିସ୍ତାର କରିବାରେ ଲାଗିଛି। ପରେ ଲକଡାଉନ ଘୋଷଣା ଯୋଗୁ ଅଧିକାଂଶ ଲୋକ ନିଜ ଘର ଅଭିମୁଖେ ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଦେଶ ତଥା ରାଜ୍ୟ ବାହାରୁ ଆସୁଥିବା ଲୋକ ଏବଂ ଗରିବମାନଙ୍କ ରହିବା ପାଇଁ ପ୍ରତି ପଞ୍ଚାୟତର ସ୍କୁଲ, କଲେଜ ଓ ବାତ୍ୟା ଆଶ୍ରୟସ୍ଥଳଗୁଡ଼ିକରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ କଣାସ ବ୍ଲକରେ ଥିବା ଆଶ୍ରୟସ୍ଥଳର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଖବର ଅନୁଯାୟୀ, ଏହି ବ୍ଲକରେ କଣାସ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ୨୦୦୨ରେ ଏକ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ କରାଯାଇଥିଲା। ନିର୍ମାଣକୁ ଦୀର୍ଘ ୧୮ବର୍ଷ ବିତିଯାଇଥିଲେ ମଧ୍ୟ କବାଟ, ଝରକା ଭଗ୍ନ ଅବସ୍ଥାରେ ରହିଛି। କିନ୍ତୁ ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ନାହାନ୍ତି। ଯାହାଦ୍ୱାରାକି କବାଟ, ଝରକା ଉଇ ଓ ପାଣିଖାଇ ନଷ୍ଟ ହୋଇଥିବାବେଳେ କାନ୍ଥଗୁଡ଼ିକରୁ ପ୍ଲାଷ୍ଟର ଛାଡି ଲୁହାରଡ୍‌ଗୁଡିକ ଦୀର୍ଘ ଦିନ ହେଲା ପାଣିଖାଇ ଜଙ୍କ୍‌ ଧରିି ନଷ୍ଟ ହୋଇଗଲାଣି। କେତେବେଳେ ଯେ ବାତ୍ୟା ଆଶ୍ରୟସ୍ଥଳୀ କୋଠାଟି ଭୁଶୁଡି ପଡିବ କହି ହେବ ନାହିଁ। ଏ ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସରୋଜ କୁମାର ପଣ୍ଡା କୁହନ୍ତି, ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ହେବା ଦିନଠାରୁ ବର୍ତ୍ତମାନ ସୁଦ୍ଧା ମରାମତି ପାଇଁ ଟଙ୍କାଟିଏ ଆସିନାହିଁ। ଏ ବିଷୟ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଦିଆଯାଇଛି। ଟଙ୍କା ଆସିଲେ ମରାମତି କାର୍ଯ୍ୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri