Posted inପୁରୀ

ଶୋଚନୀୟ ଅବସ୍ଥାରେ କଣାସ ବାତ୍ୟା ଆଶ୍ରୟସ୍ଥଳୀ

କଣାସ,୩୧ା୩(ସ୍ଵ.ପ୍ର.)- ମହାମାରୀ କରୋନା ସଂକ୍ରମଣ ଦେଶରେ ଅହେତୁକ ଭାବେ କାୟା ବିସ୍ତାର କରିବାରେ ଲାଗିଛି। ପରେ ଲକଡାଉନ ଘୋଷଣା ଯୋଗୁ ଅଧିକାଂଶ ଲୋକ ନିଜ ଘର ଅଭିମୁଖେ ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଦେଶ ତଥା ରାଜ୍ୟ ବାହାରୁ ଆସୁଥିବା ଲୋକ ଏବଂ ଗରିବମାନଙ୍କ ରହିବା ପାଇଁ ପ୍ରତି ପଞ୍ଚାୟତର ସ୍କୁଲ, କଲେଜ ଓ ବାତ୍ୟା ଆଶ୍ରୟସ୍ଥଳଗୁଡ଼ିକରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କିନ୍ତୁ କଣାସ ବ୍ଲକରେ ଥିବା ଆଶ୍ରୟସ୍ଥଳର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଖବର ଅନୁଯାୟୀ, ଏହି ବ୍ଲକରେ କଣାସ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ୨୦୦୨ରେ ଏକ ବାତ୍ୟା ଆଶ୍ରୟସ୍ଥଳ ନିର୍ମାଣ କରାଯାଇଥିଲା। ନିର୍ମାଣକୁ ଦୀର୍ଘ ୧୮ବର୍ଷ ବିତିଯାଇଥିଲେ ମଧ୍ୟ କବାଟ, ଝରକା ଭଗ୍ନ ଅବସ୍ଥାରେ ରହିଛି। କିନ୍ତୁ ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ନାହାନ୍ତି। ଯାହାଦ୍ୱାରାକି କବାଟ, ଝରକା ଉଇ ଓ ପାଣିଖାଇ ନଷ୍ଟ ହୋଇଥିବାବେଳେ କାନ୍ଥଗୁଡ଼ିକରୁ ପ୍ଲାଷ୍ଟର ଛାଡି ଲୁହାରଡ୍‌ଗୁଡିକ ଦୀର୍ଘ ଦିନ ହେଲା ପାଣିଖାଇ ଜଙ୍କ୍‌ ଧରିି ନଷ୍ଟ ହୋଇଗଲାଣି। କେତେବେଳେ ଯେ ବାତ୍ୟା ଆଶ୍ରୟସ୍ଥଳୀ କୋଠାଟି ଭୁଶୁଡି ପଡିବ କହି ହେବ ନାହିଁ। ଏ ସମ୍ପର୍କରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସରୋଜ କୁମାର ପଣ୍ଡା କୁହନ୍ତି, ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ହେବା ଦିନଠାରୁ ବର୍ତ୍ତମାନ ସୁଦ୍ଧା ମରାମତି ପାଇଁ ଟଙ୍କାଟିଏ ଆସିନାହିଁ। ଏ ବିଷୟ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଦିଆଯାଇଛି। ଟଙ୍କା ଆସିଲେ ମରାମତି କାର୍ଯ୍ୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଶୋଭାଯାତ୍ରାରେ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଅସୁସ୍ଥ

ପୁରୀ, ୨୨।୪: ଶୋଭାଯାତ୍ରାରେ ସମୟରେ ଅସୁସ୍ଥ ହୋଇଛନ୍ତି ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ। ଶୋଭାଯାତ୍ରା ଚାଲିଥିବା ସମୟରେ ପିପିଲି ହାଟ ଛକ ନିକଟରେ...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri