ଶୋଚନୀୟ ଅବସ୍ଥାରେ ହାଟବସ୍ତ-ପାଟବନ୍ଧ ରାସ୍ତା : ତୁରନ୍ତ କାମ ସାରିବାକୁ ଦାବି

ବୋଲଗଡ଼,୮।୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକ ଅନ୍ତର୍ଗତ ହାଟବସ୍ତଠାରୁ ଖଲ୍ଲିକୋଟ ମଧ୍ୟ ଦେଇ ପାଟବନ୍ଧ ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାଟି ବର୍ତ୍ତମାନ ନିର୍ମାଣ ନ ହୋଇ ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି। ୧ ବର୍ଷ ପୂର୍ବରୁ ଟେଣ୍ଡର ମାଧ୍ୟମରେ ଏହି ରାସ୍ତାର ନିର୍ମାଣ ଆରମ୍ଭ କରାଯାଇଥିଲେ ମଧ୍ୟ କାମ ବନ୍ଦ ରହିଛି। ଏଥିଯୋଗୁ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ତେଣୁ ଉକ୍ତ ରାସ୍ତାଦେଇ ଯାଉଥିବା ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କାମ ଆରମ୍ଭ ସମୟରୁ କେବଳ ରାସ୍ତାର ଅଳ୍ପ କେତେକ ସ୍ଥାନରେ ମେଟାଲ୍‌ ଓ ମୋରମ ପକାଯିବା ପରେ ନିର୍ମାଣ ବନ୍ଦରହିଛି। ରାସ୍ତା ପାର୍ଶ୍ୱରେ ବର୍ତ୍ତମାନ କେବଳ ମେଟାଲ୍‌ ଗଦା ହୋଇରହିଛି । ମାତ୍ର ନିର୍ମାଣ କାର୍ଯ୍ୟ  ହେଉନାହିଁ।  ତେଣୁ ଉକ୍ତ ରାସ୍ତା କାର୍ଯ୍ୟ ତୁରନ୍ତ ଆରମ୍ଭ କରାଯିବା ସହ ଶୀଘ୍ର ସାରିବାକୁ ମଧ୍ୟ ସ୍ଥାନୀୟ ଲୋକେ ଦାବି କରିଛନ୍ତି । ସୂଚନାରୁ ପ୍ରକାଶ ଯେ, ନାବାର୍ଡ ସହାୟତାରେ ପ୍ରାୟ ୨କୋଟିରୁ ଉର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଏହି ରାସ୍ତା ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇ ଠିକ୍‌ ସମୟରେ କାର୍ଯ୍ୟ ଶେଷ କରିବାକୁ ଠିକାଦାରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ତେବେ ଇତି ମଧ୍ୟରେ ୧ ବର୍ଷ ବିତି ଯାଇଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟରେ ଅଗ୍ରଗତି  ହେଉନାହିଁ। ଏଥିଯୋଗୁ ଦିନକୁ ଦିନ ସମସ୍ୟା ବୃଦ୍ଧି ପାଉଥିବାରୁ ତୁରନ୍ତ କାର୍ଯ୍ୟ ସାରିିବାକୁ ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ ପ୍ରାଥମିକ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri