Categories: ଜାତୀୟ

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୯।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ରେବାନ ଖାଜରପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା।

Share