Categories: ଜାତୀୟ

ଶୋପିଆନ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ମୃତ

ଶ୍ରୀନଗର,୨୦।୧: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କହିଛି କଶ୍ମୀର ଜୋନ୍‌ ପୋଲିସ। ଏପର୍ଯ୍ୟନ୍ତ ଏମାନଙ୍କର ପରିଚୟ ମିଳିନାହିଁ। ଶୋପିଆନର ଏକ ଘରେ ଆତଙ୍କବାଦୀମାନେ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପାଲଟା ଆକ୍ରମଣ କରିଥିଲେ। ଏହାର କଡା ଜବାବ ଦେବା ସମୟରେ ସେନା ଦ୍ୱାରା ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏମାନଙ୍କ ନିକଟରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।

Share