ଶୋଭାଯାତ୍ରାରେ ଗଲେ ଗଜାନନ:ଡିଜେ ସାଉଣ୍ଡରେ ଦୁଲୁକିଲା ପରଜଙ୍ଗ

ପରଜଙ୍ଗ,୧୦।୯(ଡି.ଏନ.ଏ.)

ଢେଙ୍କାନାଳ ଜିଲା ପରଜଙ୍ଗରେ ସୋମବାର ଗଜାନନଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୯ଟି ମେଢ଼ ମିଳିତ ଭସାଣିରେ ସାମିଲ ହୋଇଥିଲେ। ରେଡ ନାଇଟ୍‌ କ୍ଲବ, ଜୟ ବଜରଙ୍ଗବାଲି ପୂଜା କମିଟି, ୟୁନାଇଟେଡ କ୍ଲବ, କିଙ୍ଗଷ୍ଟାର ପୂଜା କମିଟି, ଗ୍ରୀନମାକ୍ସ ପୂଜାକମିଟି, ଲାୟନ କ୍ଲବ ପୂଜାକମିଟି, ଦି ଇଗଲ କ୍ଲବ, ପତିତପାବନ ପୂଜା କମିଟି, ପାଟଣା ସାହି ପୂଜା କମିଟି, ବଡ଼ଦାଣ୍ଡ ସାହି ପୂଜା କମିଟିର ମେଢ ଗୁଡ଼ିକ ସୋମବାର ଅପରାହ୍ନରେ ଡାକ୍ତରଖାନାସ୍ଥିତ ମେଳଣ ପଡ଼ିଆରେ ଏକତ୍ରିତ ହୋଇଥିଲେ। ପୂର୍ବରୁ ଲଟେରି ମାଧ୍ୟମରେ ଚୟନ ହୋଇଥିବା ମେଢ ଗୁଡ଼ିକ ପର୍ଯ୍ୟାୟକ୍ରମେ ଭସାଣିରେ ବାହାରିଥିଲେ। ଏହି ଅବସରରେ ଡିଜେ ସାଉଣ୍ଡ, ଘୋଡା ନାଚ, ଲଉଡିଖେଳ, ଶିଙ୍ଗ ବାଜାରେ ପରିବେଶ ଦୁଲୁକି ଉଠିଥିଲା। ଏହାକୁ ଦେଖିବା ପାଇଁ ହଜାର ହଜାର ଦର୍ଶକଙ୍କ ସମାଗମ ହୋଇଥିଲା। ଶାନ୍ତିଶୃଙ୍ଖଳା ନିମନ୍ତେ ସମସ୍ତ ମେଢର ୪ ଜଣ ଲେଖାଏ କର୍ମକର୍ତ୍ତା, ପରଜଙ୍ଗ ଥାନା ଏସ୍‌ଆଇ ଜନ୍ମେଜୟ ପାତ୍ର, ଏଏସ୍‌ଆଇ ସୋଲଚନା ଘଡେଇ, ପୋଲିସ ଫୋର୍ସ ସହ ହୋମଗାର୍ଡ ସାମିଲ ହୋଇଥିଲେ। ମେଢ଼ ଗୁଡିକ ପରଜଙ୍ଗ ଗାଁ ଦେଇ ବଜାରରେ ପହଞ୍ଚିଲା ପରେ ସେଠାରୁ ମେଢ଼ ଗୁଡିକ ନିକଟସ୍ଥ କେନାଲରେ ବିସର୍ଜନ କରାଯାଇଥିଲା। ମିଳିତ ପୂଜା କମିଟିର କର୍ମକର୍ତ୍ତା ପ୍ରିୟଜିତ ସାମଲ, ତପୁନ ସାମଲ, ଦୀପକ ଗୋଛାୟତ, ଗୁଡୁ ଦଳବେହେରା, ବିକି ପରିଡା, ଆଲୋକ ସାମଲ, ବାପି ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri