ଶୌଚାଳୟରେ ପାଣି ନ ଥିବାରୁ ଡାକ୍ତରଙ୍କୁ ଘେରିଲେ

ଭଞ୍ଜନଗର,୭।୭(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡ ଡାକ୍ତରଖାନାର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ଦାୟିତ୍ୱରେ ରହୁଥିବା କେତେଜଣ କର୍ମଚାରୀଙ୍କ ଦାୟିତ୍ୱହୀନତାରୁ ଲୋକେ ସୁଫଳ ପାଇପାରୁନାହାନ୍ତି। ରବିବାର ସକାଳେ ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା। ଶୌଚାଳୟରେ ପାଣି ନ ଥିବାରୁ କେତେଜଣ ରୋଗୀ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏପରିକି କେତେଜଣ ପିଇବା ପାଇଁ ପାଖରେ ରଖିଥିବା ଫୁଟାପାଣି ଧରି ପାଇଖାନାକୁ ଯାଇଥିବା ଦେଖାଯାଇଥିଲା। ପାଣି ସମସ୍ୟା ନେଇ ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟମାନେ ଦାୟିତ୍ୱରେ ଥିତ୍ବା ଡାକ୍ତରଙ୍କୁ ଘେରି ଯାଇଥିଲେ। ଡାକ୍ତର ଆବଶ୍ୟକ ପଦକ୍ଷେପ ନେବାପାଇଁ ବିଭାଗୀୟ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ଅନ୍ୟପକ୍ଷରେ ମହିଳାମାନଙ୍କ ପାଇଁ ମେଡ଼ିସିନ ୱାର୍ଡ଼ରେ ଥିବା ଶୌଚାଳୟରେ ତାଲା ପଡ଼ିଛି। ମହିଳାମାନେ ବାଧ୍ୟ ହୋଇ ବିଭିନ୍ନ ସମୟରେ ପୁରୁଷ ଶୌଚାଳୟକୁ ଯାଉଛନ୍ତି। ପୁରୁଷ ଶୌଚାଳୟରେ ଟ୍ୟାପରେ ପାଣି ଆସୁନାହିଁ । ସେହିପରି ଡାକ୍ତରଖାନା ପରିସରରେ ଥିବା ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ଠିକ୍‌ ଭାବେ ପରିଚାଳିତ ହେଉନି। ଏଣେତେଣେ ମଇଳା ପଡ଼ି ରହୁଛି । ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି ।
(((((ଫଟୋ))) ୭ସି-ମେଡ଼ିସିନ ୱାର୍ଡ଼ ମହିଳା ଶୌଚାଳୟରେ ତାଲା ପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା...

ବନ୍ଦ ଘରୁ କେନ୍ଦ୍ରୀୟ ବିଦ୍ୟାଳୟ ଶିକ୍ଷକଙ୍କ ମୃତଦେହ ଉଦ୍ଧାର

ହିଞ୍ଜିଳିକାଟୁ, ୨୧।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟର ଏସଏସଟି ଶିକ୍ଷକଙ୍କ ଗଳିତ ମୃତଦେହ ରବିବାର ରେଗିଡି ସାହିର ଏକ ଭଡ଼ା ଘରୁ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri