ଶୌଚ ହେବାକୁ ଯାଇ ପୋଖରୀରେ ବୁଡ଼ିଗଲେ, ବୃଦ୍ଧ ମୃତ

କଣ୍ଟାପଡ଼ା,୨୦।୧୧(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ବରାହୀପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାଜୀବ ନାୟକ(୬୦)।

ରାଜୀବ ସକାଳେ ଶୌଚ ହେବାପାଇଁ ଗ୍ରାମ ନିକଟସ୍ଥ ଗୋବର ଗାଡ଼ିଆକୁ ଯାଇଥିଲେ। ସେଠାରେ ତାଙ୍କର ଗୋଡ଼ ଖସିଯିବାରୁ ସେ ପାଣିରେ ବୁଡ଼ିଯାଇଥିଲେ। ସେ ବୁଡ଼ି ଯାଉଥିବା ଦେଖି ଜଣେ ବ୍ୟକ୍ତି ତାଙ୍କୁ ଉଦ୍ଧାର କରିଥିଲେ। ତାଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଅଡ଼ଶପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।