ଶୌଚ ହେବାକୁ ଯାଇ ହାତୀ ଆକ୍ରମଣର ଶିକାର ହେଲେ ମହିଳା, ଡାକ୍ତରଖାନାରେ ଭର୍ତ୍ତି

ପାଟଣା,୧୭ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ସଂରକ୍ଷିତ ଜଙ୍ଗଲରେ ବୁଧବାର ଭୋର୍‌ରୁ ଜଣେ ୬୦ ବର୍ଷୀୟା ମହିଳା ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି।
ସୂଚନାଯୋଗ୍ୟ, ମହିଳା ଜଣକ ଶୌଚ ହେବାକୁ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତାହାତୀ ଆକ୍ରମଣର ଶିକାର ହୋଇଥିଲେ। ଗୁରୁତର ହୋଇଥିବା ମହିଳା ଜଣକ ହେଉଛନ୍ତି ସ୍ବର୍ଗତ ତୁରାମ ମୁଣ୍ଡାଙ୍କ ସ୍ତ୍ରୀ ପାର ମୁଣ୍ଡା। ଦନ୍ତାହାତୀଟି ତାଙ୍କ ବାମପଟ ପେଟରେ ଆକ୍ରମଣ କରିଛି। ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଇପାଣି ଗାଁ ପାଖ ଜଙ୍ଗଲରେ ଏକ ଦନ୍ତାହାତୀ ବୁଲୁଥିବାରୁ ସ୍ଥାନୀୟ ଅଞ୍ଚଳରେ ଏକପ୍ରକାର ଭୟର ବାତାବରଣ ଲାଗିରହିଛି। ଘଟଣାସ୍ଥଳରେ ପାଟଣା ବନପାଳ ସନ୍ତୋଷ କୁମାର ପହୀ ଓ ପାରାଷ୍ଟାଫ୍‌ ପହଞ୍ଚି ହାତୀର ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri