ଶ୍ମଶାନ ଜମିରୁ ଜବରଦଖଲ ଉଚ୍ଛେଦ: ଖୋଲା ଆକାଶ ତଳେ ୭୦ ପରିବାର

ଜଳେଶ୍ୱର, ୧୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ନିମପୁର ଗାଁରେ ଦୀର୍ଘଦିନ ହେଲା ଆଦିବାସୀମାନେ ଶ୍ମଶାନ ଜମିରେ ଜବରଦଖଲ କରି ରହିଆସୁଥିଲେ। ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଫଳରେ ୭୦ ପରିବାର ଏବେ ଖୋଲା ଆକାଶତଳେ ଶୀତ କାକରରେ ରହିବାକୁ ବାଧ୍ୟ ହୋଇଛନ୍ତି।
ଆଜକୁ ୪ ବର୍ଷ ହେଲା ଏହି ଶ୍ମଶାନ ଜମିରୁ ଆଦିବାସୀମାନଙ୍କୁ ହଟାଇବା ପାଇଁ ନିମପୁର ଗ୍ରାମବାସୀ (ମୂଳ ବାସିନ୍ଦା) ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରିଆସୁଥିଲେ। ଏପରିକି ଜବରଦଖଲକାରୀ ଓ ଗ୍ରାମବାସୀଙ୍କ ଗଣ୍ଡଗୋଳ ହେବା ପରେ ଜବରଦଖଲକାରୀଙ୍କ ମଧ୍ୟରୁ କେତେକ ଉକ୍ତ ସ୍ଥାନ ଛାଡ଼ି ପଳାଇଯାଇଥିଲେ। ମାତ୍ର ଆଜକୁ ବର୍ଷେ ହେବ ଅନ୍ୟ କେତେକ ଆଦିବାସୀ ସେଠାରେ ପହଞ୍ଚତ୍ ସ୍ଥାୟୀ ଘରଦ୍ୱାର କରି ରହିବାର ଚେଷ୍ଟା କରିଥିଲେ। ୭୦ଟି ପରିବାର ସେଠାରେ ଗୃହ ନିର୍ମାଣ କରି ରହିଥଲେ। ଅଭିଯୋଗ ପରେ ଜଳେଶ୍ୱର ତହସିଲଦାରଙ୍କ ପକ୍ଷରୁ ଉପଜିଲାପାଳଙ୍କ ଚିଠି ନଂ. ୬୨୭ ୬ା୨ା୨୦ରେ ଏହି ସ୍ଥାନ ଛାଡ଼ି ଯିବାକୁ କୁହାଯାଇଥିଲା। ଜଳେଶ୍ୱର ତହସିଲଦାର କ୍ଷୀରୋଦ କୁମାର ପଣ୍ଡା, ଜଳେଶ୍ୱର ଆଇଆଇସି ଧନେଶ୍ୱର ସାହୁ, ଆର୍‌ଆଇ ଦିଲ୍ଲିପ କୁମାର ଚନ୍ଦ, ମାନସ କୁମାର ବେହେରା, ସୁଶାନ୍ତ ମଙ୍ଗଳ, ସୁପରଭାଇଜର ରବିନାରାୟଣ ତରାଇ, ଦୁଇ ପ୍ଲାଟୁନ୍‌ ଫୋର୍ସ ସହ ଘଟଣାସ୍ଥଳରେ ଜବରଦଖଲ କରି ରହିଥିବା ଲୋକଙ୍କ ଘରଗୁଡ଼ିକ ଭାଙ୍ଗି ଦେଇଥିଲେ। ପୋଲିସ୍‌ ଫୋର୍ସ ସହ ତହସିଲଦାର ଗଲାବେଳେ ସେଠାକାର ମହିଳାମାନେ ରାସ୍ତା ଅବରୋଧ କରିବା ସହ ଗାଡ଼ି ଆଗରେ ଶୋଇଥିଲେ। ସେମାନଙ୍କୁ ହଟାଇବା ଲାଗି ମହିଳା ପୋଲିସ୍‌କୁ ମୁତୟନ କରାଯାଇଥିଲା। ଏବେ ସେଠାରେ ଉତ୍ତେଜନା ଲାଗି ରହିଛି। ଗାଁର ପ୍ରଭାବଶାଳୀ ବ୍ୟକ୍ତିମାନେ ସରକାରୀ ସ୍ଥାନକୁ ଜବରଦଖଲ କରିଥିବାରୁ ସେମାନଙ୍କୁ ଉଚ୍ଛେଦ କରିବାକୁ ଦାବି ହୋଇଛି। ଶୀତ ଦିନ ହୋଇଥିବାରୁ ସେମାନଙ୍କୁ ପଲିଥିନ ଯୋଗାଇ ଦେବାକୁ ସେମାନଙ୍କର ନେତା କେଦାର ସିଂ ଦାବି କରିଛନ୍ତି। ପ୍ରଶାସନ ପକ୍ଷରୁ ଯୋଗ୍ୟ ବିବେଚିତ ଲୋକଙ୍କୁ ଜଳେଶ୍ୱର ତହସିଲ ଅନ୍ତର୍ଗତ ଖୁଆଡ଼ଠାରେ ଘରଡ଼ିହ ଯୋଗାଇ ଦିଆଯିବାର ପ୍ରତିଶ୍ରୁତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?