ଶ୍ମଶାନ ଜମି ଜବରଦଖଲକୁ ନେଇ ଉତ୍ତେଜନା: ପାଚେରି ଭାଙ୍ଗି ପଥର ନେଇଗଲେ ଗ୍ରାମବାସୀ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨ା୬- ନୟାଗଡ଼ ଜିଲା ରଣପୁର ବ୍ଲକ ରାଜସୁନାଖଳା ଫାଣ୍ଡି ଅନ୍ତର୍ଗତ ରମାବିଲ ଗାଁରେ ଶ୍ମଶାନ ଜମିକୁ କେନ୍ଦ୍ର କରି ଶନିବାର ଉତ୍ତେଜନା ଦେଖାଦେଇଥିଲା। ଗାଁର ସର୍ବସାଧାରଣ ବ୍ୟବହାର କରୁଥିବା ଶ୍ମଶାନ ଜମିକୁ ରାଜସୁନାଖଳାର ଜଣେ ବ୍ୟକ୍ତି ଜବରଦସ୍ତ ଦଖଲ କରିଥିଲେ। ଏହାକୁ ପ୍ଲଟ କରି ବିକ୍ରି କରିବା ଉଦ୍ଦେଶ୍ୟରେ ଶନିବାର ପାଚେରି ନିର୍ମାଣ କରୁଥିଲେ। ଖବର ପାଇ ଗ୍ରାମବାସୀ ଠେଙ୍ଗା, କଟୁରି, ଶାବଳ ଧରି ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ସେମାନେ ନିର୍ମାଣାଧୀନ ପାଚେରିକୁ ଭାଙ୍ଗିଦେବା ସହିତ ପଥରକୁ ବୋହି ନେଇ ଯାଇଥିଲେ। ଏହି ଘଟଣାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ଭୟରେ ପାଚେରି ନିର୍ମାଣ କରୁଥିବା ବ୍ୟକ୍ତି ସେଠାରୁ ଫେରାର ହୋଇଯାଇଥିଲେ। ଜମି ଦଲାଲ୍‌ମାନେ ଏହାକୁ ଅକ୍ତିଆର କରିଥିବା ବେଳେ ଏ ନେଇ ଗ୍ରାମବାସୀ ରଣପୁର ତହସିଲଦାର, ଥାନା ଓ ଜିଲାପାଳଙ୍କଠାରେ ପୂର୍ବରୁ ଅଭିଯୋଗ କରିଥିଲେ। ହେଲେ ଏହାର କୌଣସି ସମାଧାନ କରାଯାଉ ନ ଥିବାରୁ ଗାଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଆଗାମୀ ଦିନରେ ପ୍ରଶାସନ ଏ ଦିଗରେ ପଦକ୍ଷେପ ନ ନେଲେ ଗ୍ରାମବାସୀ ରାସ୍ତାରୋକୋ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏ ନେଇ ରାଜସୁନାଖଳା ରାଜସ୍ବ ନିରୀକ୍ଷକ ପଞ୍ଚାନନ ସାହୁ କହନ୍ତି, ଜମି ମାପ ଚିହ୍ନଟ ନ ହେବା ପର୍ଯ୍ୟନ୍ତ ସେଠାରେ କେହି ବି କିଛି ନିର୍ମାଣ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri