ଶ୍ମଶାନ ପାଖରୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ

ଜଟଣୀ,୩୦।୩(ଡି.ଏନ.ଏ): ମାସକ ତଳେ ନିଖୋଜ ଥିବା ଯୁବକଙ୍କ କଙ୍କାଳ ରବିବାର ନିଜ ଗ୍ରାମ ଶ୍ମଶାନ ନିକଟ ଏକ ନିକାଞ୍ଚନ ସ୍ଥାନରୁ ମିଳିଛି। ମୃତକ ହେଲେ ଜଟଣୀ ଥାନା ଅଧୀନ ପଦନପୁର ଗ୍ରାମର ଅଟୋଚାଳକ ଚନ୍ଦନ ଛୋଟରାୟ (ଦୀପୁନା)। ଚନ୍ଦନ ଆତ୍ମହତ୍ୟା କରିଥିବା ପୋଲିସ ଅନୁମାନ କରୁଥିବାବେଳେ କେହି ତାଙ୍କୁ ହତ୍ୟା କରିଥିବା ପରିବାରବର୍ଗ ସନ୍ଦେହ କରିଛନ୍ତି। ଉଚିତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ସେମାନେ ପୋଲିସକୁ ଗୁହାରି ଜଣାଇଛନ୍ତି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୮/୨୦) ରୁଜୁ କରି ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ଗତ ଫେବୃୟାରୀ ୨୪ରେ ଚନ୍ଦନ ନିଖୋଜ ହୋଇଯାଇଥିବା ନେଇ ତାଙ୍କ ବଡଭାଇ ସୁକାନ୍ତ ଥାନାରେ ଅଭିଯୋଗ କରିଥିଲେ। ରବିବାର ସକାଳେ ଗ୍ରାମର କେତେଜଣ ଲୋକ ଗାଈ ଖୋଜିବାକୁ ଶ୍ମଶାନ ନିକଟକୁ ଯିବାବେଳେ ଏକ କଙ୍କାଳ ପଡ଼ିଥିବା ଦେଖି ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଓ ଚନ୍ଦନଙ୍କ ପରିବାରବର୍ଗ ଘଟଣାସ୍ଥଳରେ ପହଞ୍ଚିଥିଲେ। କଙ୍କାଳ ପାଖରେ ଅଟୋ ଚାବି, ଚପଲ, ଗାମୁଛା, ଦାନାଦାର, ୩ଟି ପ୍ଲାଷ୍ଟିକ ଗ୍ଲାସ, ମାଂସ ବିହୀନ ଡାହାଣ ହାତରେ ଷ୍ଟିଲବଳା ଆଦି ପଡ଼ିଥିବା ଦେଖିତାହା ଚନ୍ଦନଙ୍କର ବୋଲି ସେମାନେ ଚିହ୍ନଟ କରିଥିଲେ। ଫଳରେ କଙ୍କାଳଟି ଚନ୍ଦନଙ୍କର ବୋଲି ଜଣାପଡ଼ିଥିଲା। ତେବେ ଏହାର ଅଧିକ ତଦନ୍ତ ପାଇଁ କଟକସ୍ଥିତ ଏଫ୍‌ଏମ୍‌ଟିକୁ ଜବତ କଙ୍କାଳକୁ ପୋଲିସ ପଠାଇଛି। ପରେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ କରି ଫେରିଆସିଛନ୍ତି । କଙ୍କାଳ ନିକଟରେ ଦାନାଦାର ପଡ଼ିଥିବାରୁ ଗୋଟିଏ ପକ୍ଷରେ ପୋଲିସ ଏହାକୁ ଆତ୍ମହତ୍ୟା ସନ୍ଦେହ କରୁଛି । ଅପରପକ୍ଷରେ କଙ୍କାଳ ନିକଟରେ ୩ଟି ପ୍ଲାଷ୍ଟିକ ଗ୍ଲାସ ପଡ଼ିଥିବାରୁ ଅନ୍ୟ କେହି ଘଟଣାସ୍ଥଳରେ ଉପସ୍ଥିତ ଥିଲେ ବୋଲି ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ...

କାତ୍ୟାୟନୀ ବେଶରେ ଭକ୍ତଙ୍କୁ ଦିବ୍ୟ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୧୪।୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ବାସନ୍ତୀକ ଚୈତ୍ର ନବରାତ୍ର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri