ଶ୍ରମିକଙ୍କୁ ଆଣିବା ଆଗରୁ କରୋନା ପରୀକ୍ଷା ଜରୁରୀ

ଭୁବନେଶ୍ୱର, ୨୫ା୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଆଲୋଚନା କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହର୍ଷବର୍ଦ୍ଧନ ଆଲୋଚନା ମଧ୍ୟ କରିଛନ୍ତି। ମନ୍ତ୍ରୀ ଦାସ ରାଜ୍ୟର ସ୍ଥିତି ନେଇ ମତ ରଖିବା ଅବସରରେ କହିଛନ୍ତି, କେନ୍ଦ୍ର ସରକାର ବିଭିନ୍ନ ରାଜ୍ୟରେ ଫସି ରହିଥିବା ଶ୍ରମିକମାନଙ୍କ ସମସ୍ୟାକୁ ଗୁରୁତର ସହ ଗ୍ରହଣ କରନ୍ତୁ। ତାଲାବନ୍ଦ ଖୋଲିବା ପରେ ରାଜ୍ୟକୁ ଫେରିବାକୁ ଚାହୁଁଥିବା ଶ୍ରମିକଙ୍କ ତଥ୍ୟ ସଂଗ୍ରହ ଲାଗି ରାଜ୍ୟକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦିଅନ୍ତୁ। ରାଜ୍ୟକୁ ଫେରିବା ପୂର୍ବରୁ ସେହି ଶ୍ରମିକଙ୍କ କରୋନା ପରୀକ୍ଷା କରାଯିବା ଜରୁରୀ। ପରୀକ୍ଷା ପରେ ସେମାନଙ୍କୁ ପ୍ରମାଣପତ୍ର ସହିତ ଫସିଥିବା ରାଜ୍ୟରୁ ଅଣାଯିବା ଦରକାର। ଏଥିଲାଗି ଏକ ଆନ୍ତଃ ରାଜ୍ୟ ଏବଂ ସୀମା ସମ୍ପର୍କିତ ମନ୍ତ୍ରୀସ୍ତରୀୟ କମିଟି ଗଠନ ହେବା ଆବଶ୍ୟକ। ତେବେ ସମସ୍ୟା ସମାଧାନର ରାସ୍ତା ବାହାରିପାରିବ। ସବୁ ରାଜ୍ୟ ଏବଂ କେନ୍ଦ୍ର ସରକାର ଏକଥାକୁ ସୁନିଶ୍ଚିତ କରିବା ଦରକାର ଯେ, ବାହାରେ ଫସିଥିବା ଶ୍ରମିକଙ୍କୁ ଫେରିବା ଆଗରୁ କରୋନା ପରୀକ୍ଷା କରି ଛାଡ଼ିବେ। ଏଥିଲାଗି ସବୁ ରାଜ୍ୟକୁ କେନ୍ଦ୍ର ପକ୍ଷରୁ କରୋନା ପରୀକ୍ଷା କିଟ୍‌ ପଠାଯିବା ଦରକାର ବୋଲି ଦାସ କହିଛନ୍ତି।
ସେ ଆହୁରି କହିଛନ୍ତି, ଓଡ଼ିଶାରେ ଓଷଧ ଏବଂ ମେଡିକାଲ ଉପକରଣ ପ୍ରସ୍ତୁତି ପାଇଁ ଫାର୍ମାସ୍ୟୁଟିକାଲ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍‌ ପ୍ରତିଷ୍ଠା ହେବା ଦରକାର। ଏହାସହ ଜାତୀୟ ଓଷଧ ବିତରଣ ନିୟମ ପ୍ରଣୟନ ହେବା ଜରୁରୀ। ରାଜ୍ୟରେ ଏକ ଜାତୀୟ ସ୍ବାସ୍ଥ୍ୟ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ପ୍ରତିଷ୍ଠା କରାଯାଉ। ଏହାଦ୍ୱାରା ତ୍ୱରିତ ପଦକ୍ଷେପ ଲାଗି ସ୍ବାସ୍ଥ୍ୟ ବିପର୍ଯ୍ୟୟ ପରିଚାଳନା ଟିମ୍‌ ସମ୍ପୃକ୍ତ ବ୍ୟକ୍ତିଙ୍କୁ ତାଲିମ ଦେଇପାରିବ। କେନ୍ଦ୍ରୀୟ ମେଡିକାଲ ଉପକରଣ କିଣିବାକୁ ଏକ ସ୍ବତନ୍ତ୍ର ସଂସ୍ଥା ପ୍ରତିଷ୍ଠା କରାଯାଉ। ଓଡ଼ିଶାରେ ଜାତୀୟ ଫାର୍ମାସ୍ୟୁଟିକାଲ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେଲେ ଅତ୍ୟାଧୁନିକ ଗବେଷଣା ମାଧ୍ୟମରେ ନୂତନ ଓଷଧ ବିକଶିତ କରିବାର ସୁଯୋଗ ମିଳିପାରିବ। ନୂତନ ଜାତୀୟ ମାନବ ସମ୍ବଳ ପରିଚାଳନା ନିୟମ ଅଣାଯାଉ ବୋଲି ମନ୍ତ୍ରୀ ଦାସ ଆଲୋଚନା ବେଳେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri