ଶ୍ରମିକଙ୍କୁ ଆଣ୍ଠେଇ ପୋଲିସ ବାଡ଼େଇବା ଅଭିଯୋଗ: ଭିଡ଼ିଓ ଭାଇରାଲ

Featured Video Play Icon

ବନ୍ତଳା, ୩୧ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ରାସ୍ତାରେ ଯାଉଥିବା କେତେଜଣ ଶ୍ରମିକଙ୍କୁ ଆଣ୍ଠେଇ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏହି ସମୟର ଏକ ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ପୋଲିସ କର୍ମଚାରୀ ଶ୍ରମିକଙ୍କୁ ଖରାରେ ଆଣ୍ଠେଇ ଏକ ବାଡ଼ିରେ ପିଟୁଥିବା ଦେଖିବାକୁ ମିଳିଛି । ଶ୍ରମିକମାନଙ୍କ ମଧ୍ୟରେ ଦୁଇଜଣ ମଧ୍ୟପ୍ରଦେଶର ଏବଂ ଅନ୍ୟମାନେ ସମ୍ବଲପୁରର ବୋଲି ଜଣାପଡିଛି। ସେମାନେ ଭୁବନେଶ୍ୱରରୁ ଚାଲିଚାଲି ସମ୍ବଲପୁର ଯାଉଥିବାବେଳେ ପୋଲିସ ସେମାନଙ୍କୁ ମାଡ଼ ମାରୁଥିବା ଦେଖାଯାଇଛି । ତେବେ ଭିଡ଼ିଓ ଭାଇରାଲ ହେବା ପରେ ଏସପି ସମ୍ପୃକ୍ତ କର୍ମଚାରୀଙ୍କୁ ରିଜର୍ଭକୁ ନେଇଯାଇଥିବା ଜଣାପଡିଛି ।ଏ ବିଷୟରେ ମହୀଧରପୁର ଫାଣ୍ଡି ଏଏସଆଇ ଅଶୋକ କୁମାର ତ୍ରିପାଠୀ କୁହନ୍ତି, ସେହି ସମୟରେ ତହସିଲଦାର, ଆରଆଇ ଏବଂ ସେ ନିଜେ ଏକ ଇଟାଭାଟିରେ ଶ୍ରମିକ କାମ କରୁଥିବା ତଦନ୍ତରେ ଯାଇଥିଲେ । ଏପରି ଘଟଣା ସମ୍ପର୍କରେ ସନ୍ଧ୍ୟାରେ ଖବର ମିଳିଲା। ଏସପିଙ୍କ ନିର୍ଦ୍ଦେଶ ଅନୁଯାୟୀ ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କୁ ସାର୍ଟିଫିକେଟ ଦେଇ ରିଜର୍ଭକୁ ପଠାଯାଇଛି ।ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri