ଶ୍ରମିକଙ୍କୁ ମାଡ଼ ମାରି ୪ ଗିରଫ

ବାରିପଦା ଅଫିସ, ୩୦ା୪- ରାସ୍ତା କାର୍ଯ୍ୟ କରୁଥିବା ଶ୍ରମିକଙ୍କୁ ଧମକ ଦେବା ଓ ମାଡ଼ ମାରିବା ଅଭିଯୋଗରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ କୁଳିଆଣା ଥାନା କାମତା ଗ୍ରାମର ଶିବପ୍ରସାଦ ବାରିକ, ସଂଗ୍ରାମ କେଶରୀ ବେହେରା, ଶୁଭମ ଦାସଅଧିକାରୀ ଓ ଶ୍ରୀତମ ଦାସଅଧିକାରୀ। ଏନେଇ ପୋଲିସ ଏକ ମାମଲା(ନଂ.୫୦/୨୦୨୦) ରୁଜୁ କରି ତଦନ୍ତ ଜାରି ରଖିଛି।
ପୋଲିସ ସୂଚନା ଅନୁଯାୟୀ, ବୁଧବାର ଅପରାହ୍ନ ୩ଟା ସମୟରେ କାମତା ଗ୍ରାମ ଦେଇ ଯାଇଥିବା ଜାତୀୟ ରାଜପଥ ନଂ.୧୮ରେ ଶ୍ରମିକମାନେ କାମ କରୁଥିବା ବେଳେ ପ୍ରଥମେ ଶିବପ୍ରସାଦ ବାରିକ ଏକ ବାଇକ୍‌ରେ ଆସି ସେମାନଙ୍କୁ କାମ ବନ୍ଦ କରିବାକୁ ଧମକ ଦେବା ସହିତ ଗାଳି ଗୁଲଜ କରିଥିଲେ। ପରେ ତାଙ୍କର ଅନ୍ୟ ୩ ଜଣ ସହଯୋଗୀ ପହଞ୍ଚି ଶ୍ରମିକମାନଙ୍କୁ ଗାଳିଗୁଲଜ କରିବା ସହିତ ମାଡ଼ ମାରିବାରୁ ୩ ଶ୍ରମିକ ଆହତ ହୋଇଥିଲେ। ଫଳରେ ଭୟଭୀତ ହୋଇ ଶ୍ରମିକମାନେ କାମ ଛାଡ଼ି ସେଠାରୁ ପଳାଇ ଯାଇଥିଲେ। ଏନେଇ ଜଣେ ଶ୍ରମିକ କୁଳିଅଣା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ଅଭିଯୁକ୍ତମାନଙ୍କଠାରୁ ପୋଲିସ ଏକ ବାଇକ୍‌, ପ୍ଲାଷ୍ଟିକ୍‌ ପାଇପ୍‌ ଓ ଲାଠି ଜବତ କରିଛି। ଗୁରୁବାର ଅଭିଯୁକ୍ତ ୪ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ଏକ ପ୍ରେସ୍‌ ବିବୃତିରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri