ଶ୍ରମିକଙ୍କ ପାଇଁ କାର୍ଯ୍ୟକାରୀ ହେଉ ପେନ୍‌ସନ ଯୋଜନା

ବ୍ରହ୍ମପୁର ଅଫିସ,୧୯ା୮-ଶ୍ରମିକ ଓ ଅଣସଂଗଠିତ ଶ୍ରମିକଙ୍କୁ ରାଜ୍ୟ ସରକାର ମାସିକ ପେନ୍‌ସନ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଗଞ୍ଜାମ ଜିଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ଦାବି କରିଛି । ଅଣ ସଂଗଠିତ ଶ୍ରମିକଙ୍କୁ ରାଜ୍ୟ ସରକାର ଏବେ ସାଧାରଣ ଓ ଦୁର୍ଘଟଣାଜନିତ ମୃତ୍ୟୁ ଏବଂ ସ୍ବାସ୍ଥ୍ୟଗତ ସମସ୍ୟାର ସମାଧାନ ଲାଗି ସହାୟତା ପ୍ରଦାନ କରୁଥିଲେ ମଧ୍ୟ ଏହା ଯଥେଷ୍ଟ ହୋଇ ନ ଥିବା ଦର୍ଶାଇ ଉଦ୍‌ବେଗ ପ୍ରକାଶ କରାଯାଇଛି। ଅପରପକ୍ଷରେ ଅଣସଂଗଠିତ ଶ୍ରମିକଙ୍କୁ ମାସିକ ୩ ହଜାର ଟଙ୍କା ପେନ୍‌ସନ ପ୍ରଦାନରେ କେନ୍ଦ୍ର ସରକାରଙ୍କ ପ୍ରଚାରକୁ ସ୍ବାଗତ କରାଯାଇଛି। ତେବେ ସର୍ତ୍ତ ଓ ନିୟମାବଳୀ କଡ଼ାକଡ଼ି ହୋଇଥିବାରୁ ସାମ୍ମୁଖ୍ୟ ସମାଲୋଚନା କରିଛି । ଏହାକୁ କୋହଳ କରିବା ଉପରେ ଗୁରୁତ୍ୱ ଦିଆଯାଇଛି ।
ଜିଲାର ନବ ନିର୍ବାଚିତ ଏମ୍‌ପି, ବିଧାୟିକା, ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦେବା ପାଇଁ ଶ୍ରମିକ ସାମ୍ମୁଖ୍ୟ ପକ୍ଷରୁ ରବିବାର ବ୍ରହ୍ମପୁରରେ ସ୍ବତନ୍ତ୍ର ସମାବେଶ ଜିଲା ଶ୍ରମିକ ସାମ୍ମୁଖ୍ୟ ପକ୍ଷରୁ ରବିବାର ବ୍ରହ୍ମପୁରରେ ସ୍ବତନ୍ତ୍ର ସମାବେଶ ଅନୁଷ୍ଠିତ ହୋଇଥିଲା। ପ୍ରକାଶମ୍‌ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ତଥା ବିଜୁ ଶ୍ରମିକ ସାମ୍ମୁଖ୍ୟ ଜିଲା ସଭାପତି ଶ୍ରୀକାନ୍ତ ସାହୁ ଅଧ୍ୟକ୍ଷତା କରିଥିଲେ। ସମ୍ପାଦକ ଉଜ୍ଜ୍ୱଳଚାନ୍ଦ ପାଢ଼ୀ ତାଙ୍କ ପ୍ରାରମ୍ଭିକ ଭାଷଣରେ ଉପରୋକ୍ତ ପ୍ରସଙ୍ଗ ଉଠାଇଥିଲେ । ସେ ଆହୁରି ସୂଚାଇଥିଲେ, ବ୍ରହ୍ମପୁର ସମେତ ବିଭିନ୍ନ ସ୍ଥାନରେ ଶ୍ରମିକ ପରିଚୟ ପତ୍ରରୁ ବଞ୍ଚତ୍ତମାନଙ୍କୁ ସାମ୍ମୁଖ୍ୟ ପକ୍ଷରୁ ଚିହ୍ନଟ କରାଯାଇ କାର୍ଡ ସୁବିଧା ଯୋଗାଇ ଦିଆଯାଇଛି। ଅଣସଂଗଠିତ ଶ୍ରମିକ ତଥା ରିକ୍ସା ଚାଳକ, ଅଟୋ ଚାଳକ, ମୋଚି ଶ୍ରମିକ, ବୁଲା ବିକାଳି, କ୍ଷୁଦ୍ର ଚା, ପାନ ଦୋକାନୀ, ଜଙ୍ଗଲରୁ ବିଭିନ୍ନ ସାମଗ୍ରୀ ଆଣୁଥିବା ଶ୍ରମିକଙ୍କୁ ବିଜୁ ଶ୍ରମିକ ସାମ୍ମୁଖ୍ୟରେ ସାମିଲ କରାଇ ସେମାନଙ୍କୁ ଲେବର କାର୍ଡ ପ୍ରଦାନ ସହ ସମସ୍ତ ସରକାରୀ ସୁବିଧା ଯୋଗାଇବାର ପଦକ୍ଷେପ ନିଆଯାଇଥିବା ସମ୍ପାଦକ ଦର୍ଶାଇଥିଲେ ।
ଏହି ଅବସରରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ ପ୍ରମୁଖଙ୍କୁ ସାମ୍ମୁଖ୍ୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ପୂର୍ବତନ ବିଡିଏ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା ଉଦ୍‌ବୋଧନ ଦେଇ ଶ୍ରମିକମାନଙ୍କ ସାମୂହିକ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ଯୋଜନା ସମ୍ପର୍କରେ ସଚେତନ କରାଇଥିଲେ । ବିଜେଡି ରାଜ୍ୟ ସମ୍ପାଦକ ଟି. ଗୋପି, ମହିଳା ବିଜେଡି ଜିଲା ସଭାନେତ୍ରୀ ସଂଘମିତ୍ରା ଦଳାଇ, ଯୁବ ବିଜେଡି ଜିଲା ସଭାପତି ଏନ୍‌. ଧନଞ୍ଜୟ ରାଓଙ୍କ ସମେତ ଅନ୍ୟ କର୍ମକର୍ତ୍ତା ଓ ଅନେକ ଶ୍ରମିକ ଉପସ୍ଥିତ ଥିଲେ। ସଭାପତି ଶ୍ରୀକାନ୍ତଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri