ଶ୍ରମିକଙ୍କ ମୃତ୍ୟୁ: ଅଂଶୁଘାତ ଅଭିଯୋଗ

ନିରାକାରପୁର,୧୨ା୬(ଡି.ଏନ୍‌.ଏ.)-ଟ୍ରାକ୍ଟରରୁ ବାଲି ଅନ୍‌ଲୋଡ୍‌ କରୁଥିବା ସମୟରେ ମଙ୍ଗଳବାର ପୂର୍ବାହ୍ନ ୧୦.୩୦ରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନନପଡା ଗ୍ରାମର ଅଭିମନ୍ୟୁ ପ୍ରଧାନ(୪୯) ା ସେ ସ୍ଥାନୀୟ ଆର୍‌ଡି କାର୍ଯ୍ୟାଳୟ ନିକଟରେ ରହୁଥିଲେ ା କାମ କରୁଥିବା ସମୟରେ ତାଙ୍କର ମୁଣ୍ଡ ବୁଲେଇ ଦେବାରୁ ସେ ତଳେ ବସି ଚେତା ହରାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ପ୍ରଥମେ ନିରାକାରପୁର ସ୍ବାସ୍ଥ୍ୟକେନ୍ଦ୍ର ଓ ଗୁରୁତର ହେବାରୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ା ତେବେ ପରିବାର ପକ୍ଷରୁ ଏହାକୁ ଅଂଶୁଘାତଜନିତ ମୃତ୍ୟୁ ବୋଲି ଅଭିଯୋଗ କରାଯାଇଛି। ଅଭିମନ୍ୟୁଙ୍କ ସ୍ତ୍ରୀ ଲେଖନ ନିରାକାରପୁର ପୋଲିସ ଓ ରାଜସ୍ବ ନିରୀକ୍ଷକଙ୍କୁ ଲିଖିତ ଅଭିଯୋଗ କରି କହିଛନ୍ତି ଯେ ତାଙ୍କ ସ୍ବାମୀ କାମ କରୁଥିବାବେଳେ ତଳେ ପଡ଼ି ବେହୋସ ହୋଇପଡ଼ିଥିଲେ। ପ୍ରଥମେ ନିରାକାରପୁର ଓ ପରେ ଖୋର୍ଦ୍ଧା ମେଡ଼ିକାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କର ମୃତ୍ୟୁ ଘଟିଛି। ା ସନ୍ଧ୍ୟାରେ ଅଭିମନ୍ୟୁଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଥିଲା। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଅନ୍ତିମ ସତ୍କାର କରାଯାଇଛି। ଏ ନେଇ ପୋଲିସ ଏଏସ୍‌ଆଇ ଶରତ ଚନ୍ଦ୍ର ପାଇକରାୟ କହିଛନ୍ତି, ଅଭିଯୋଗ କ୍ରମେ କେସ୍‌ ନଂ ୭/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

ସନ୍ତୋଷଙ୍କ ଟିକେଟକୁ ନେଇ ଜଟଣୀ ରାଜନୀତି ସରଗରମ

ଖୋର୍ଦ୍ଧା/ଜଟଣୀ,୧୬ା୪(ପ୍ରଭାତ ପାଣିଗ୍ରାହୀ/ରବୀନ୍ଦ୍ର ନାଥ ମହାକୁଡ଼):ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଜଟଣୀ ବିଧାନସଭା ଆସନ ପାଇଁ ବିଜେଡି ବିଭୂତି ବଳବନ୍ତରାୟ ଓ...

କାତ୍ୟାୟନୀ ବେଶରେ ଭକ୍ତଙ୍କୁ ଦିବ୍ୟ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୧୪।୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ବାସନ୍ତୀକ ଚୈତ୍ର ନବରାତ୍ର ପୂଜା...

ଅଙ୍କ ଛିଣ୍ଡୁନି ନା ବିଦ୍ରୋହର ସ୍ବରକୁ ଡର

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ୱର ଲୋକ ସଭା ନିର୍ବାଚନ ପାଇଁ ମେ’୨୫ ତାରିଖରେ ମତଦାନ ହେବ। ନିର୍ବାଚନ ତାରିଖ ପାଖେଇ ଆସୁଥିବାବେଳେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି...

ତତଲା ବାଲି, କଣ୍ଟାରେ ଗଡ଼ିଲେ ମାନସିକଧାରୀ

ଖୋର୍ଦ୍ଧା,୧୪ା୪(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ଜିଲାର ପୁରପଲ୍ଲୀରେ ମେରୁଯାତ୍ରା ପାଳିତ ହୋଇଯାଇଛି। ମାନସିକସାରୀ ୨୧ ଦିନ ଧରି ନିଷ୍ଠାର ସହ ଉପବାସ ରହି ପର୍ବକୁ ପାଳନ କରିଥିଲେ। ମାନସିକଧାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri