‘ଶ୍ରମିକଙ୍କ ସ୍ଥିତିକୁ ପ୍ରାଧାନ୍ୟ ଦିଅ’

ଭୁବନେଶ୍ୱର,୨୩ା୫ (ବ୍ୟୁରୋ): କରୋନା ମହାମାରୀର ମୁକାବିଲା କରିବା, ପ୍ରବାସୀଙ୍କୁ ଘରକୁ ଫେରାଇ ଆଣିବା, ଅଧିକରୁ ଅଧିକ ଟେଷ୍ଟ କରାଇବା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ହେଲେ ବର୍ତ୍ତମାନ କେନ୍ଦ୍ର ତଥା ରାଜ୍ୟ ସରକାର ଦିନ ମଜୁରିଆ ଓ ଅନ୍ୟ ଶ୍ରମିକଙ୍କ ସ୍ଥିତିକୁ ପ୍ରାଧାନ୍ୟ ଦିଅନ୍ତୁ। ଲକ୍‌ଡାଉନ୍‌ ସକାଶେ ବହୁ ଶ୍ରମିକ ଏବେ କାମ ଧନ୍ଦା ବନ୍ଦ କରି ଘରକୁ ଫେରିଛନ୍ତି। ତେଣୁ ସେମାନଙ୍କୁ ଆବଶ୍ୟକ କାମ ଯୋଗାଇବା ସହ ମାସିକ ୧୦ ହଜାର ଟଙ୍କା ଓ ବଞ୍ଚିବା ପାଇଁ ବିଭିନ୍ନ ସାଧନ ଯୋଗାଇ ଦେବା ପାଇଁ ଅଲ୍‌ ଇଣ୍ଡିଆ ୟୁନାଇଟେଡ୍‌ ଟ୍ରେଡ୍‌ ୟୁନିୟନ୍‌ ସେଣ୍ଟର (ଏଆଇୟୁଟିୟୁସି) ପକ୍ଷରୁ ଦାବି କରାଯାଇଛି।
କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ଶ୍ରମିକ ମାରଣ ନୀତି ପାଇଁ ସାରା ଦେଶରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ଶୁକ୍ରବାର ପ୍ରତିବାଦ ଦିବସ ପାଳନ ଅବସରରେ ଭୁବନେଶ୍ୱରରେ ଏଆଇୟୁଟିୟୁସି ପକ୍ଷରୁ ଏକ ପ୍ରତିବାଦ ସଭା କରାଯାଇଥିଲା। ଶ୍ରମିକ ନେତା ଜନାର୍ଦ୍ଦନ ପତିଙ୍କ ନେତୃତ୍ୱରେ ଏଆଇୟୁଟିୟୁସିର ବହୁ କର୍ମକର୍ତ୍ତା ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଉପସ୍ଥିତ ହୋଇ କେନ୍ଦ୍ର ତଥା ରାଜ୍ୟ ସରକାର ଶ୍ରମିକମାରଣ ନୀତି ବନ୍ଦ କରନ୍ତୁ ବୋଲି ଦାବି କରିବା ସହ ଶ୍ରମ ଆଇନ ସଂଶୋଧନ କରି ପୁନର୍ବାର ଶ୍ରମିକମାନେ ଦୈନିକ ୮ଘଣ୍ଟା ପରିଶ୍ରମ କରନ୍ତୁ ବୋଲି ଦାବି କରିଛନ୍ତି। ଆୟୋଜିତ ଏହି ପ୍ରତିବାଦ ସଭାରେ ଏଆଇୟୁଟିୟୁସି ପକ୍ଷରୁ ପୂର୍ଣ୍ଣଚନ୍ଦ୍ର ବେହେରା, ନିରଞ୍ଜନ ମହାନ୍ତି, ବିଜ୍ଞାନ ବେହେରା, ସନ୍ତୋଷ ଦିଗଲ, ବିଜୟ ଜେନା ପ୍ରମୁଖ ଉପସ୍ଥିତ ରହି ପ୍ରତିବାଦ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri