ଛତ୍ରପୁର,୬ା୯(ଡି.ଏନ.ଏ)- ଛତ୍ରପୁରସ୍ଥିତ ଶ୍ରମ କାର୍ଯ୍ୟାଳୟରୁ ଶ୍ରମିକ କାର୍ଡ ଓ ପଞ୍ଜୀକୃତ ଶ୍ରମିକଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ କେତେଜଣ ଦଲାଲ ସକ୍ରିୟ ହୋଇଛନ୍ତି। ଏଥିପାଇଁ ଦୈନିକ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅପ୍ରତିକର ପରିସ୍ଥିତି ସୃଷ୍ଟି ହେଉଛି। ଏପରିକି ଜିଲାପାଳଙ୍କ କାର୍ଯ୍ୟାଳୟ ଓ ଶ୍ରମିକ କାର୍ଯ୍ୟାଳୟ ଆଗରେ ଧାରଣା ମଧ୍ୟ ଦିଆଯାଉଛି। ଏସବୁ କାର୍ଯ୍ୟରେ କେତେକ ୟୁନିୟନର ନେତୃବର୍ଗ ସାମିଲ ଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ଜିଲା ଶ୍ରମ ଅଧିକାରୀ ଦୁର୍ବ୍ୟବହାର କରୁଥିବା ଓ ଶ୍ରମିକମାରଣ ନୀତି ଅବଲମ୍ବନ କରୁଥିବା ଅଭିଯୋଗ କରି ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ମଜଦୁର ସଂଘ, ଶିବସେନା ଶ୍ରମିକ ସଂଘ ଓ ଗଞ୍ଜାମ ଜିଲା ହରିଜନ କଲ୍ୟାଣ ସମିତି ପକ୍ଷରୁ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା। ଅତିିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ସହ ଏକ ପ୍ରତିନିଧିଦଳ ମିଶି ଏ ସମ୍ପର୍କରେ ଆଲୋଚନା କରିଥିଲେ। ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବାକୁ ଜିଲା ଶ୍ରମ ଅଧିକାରୀ ଶିବ ନାରାୟଣ ସାହୁଙ୍କୁ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜିଲାଶ୍ରମ କାର୍ଯ୍ୟାଳୟରେ ଶ୍ରମ ଅଧିକାରୀ ଉକ୍ତ ୟୁନିୟନଗୁଡିକର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ଶ୍ରମିକ କାର୍ଡ ପାଇଁ ପଦକ୍ଷେପ ନିଆଯିବ ା ଦୁର୍ବ୍ୟବହାର ଅଭିଯୋଗ ମିଥ୍ୟା ବୋଲି ଜିଲା ଶ୍ରମ ଅଧିକାରୀ ସାହୁ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ା ଅନ୍ୟପକ୍ଷରେ ଖଲ୍ଲିକୋଟ ବ୍ଲକ ଭିକାପଡା, କଇରାସି ଓ ଖୋଜାପଲ୍ଲୀ ଗାଁ ସମେତ ଛତ୍ରପୁର ବ୍ଲକ ବଡମାଧପୁର ପଞ୍ଚାୟତର କେତେଜଣ ଲୋକ ଆସି ଶ୍ରମିକ କାର୍ଡ ପାଇଁ ଗଞ୍ଜାମ ଅଞ୍ଚଳର ଜଣେ ଦଲାଲ ଟଙ୍କା ନେଇଥିବା ନେଇ ଜିଲା ଶ୍ରମ ଅଧିକାରୀଙ୍କ ନିକଟରେ ପୃଥକ ଭାବେ ଲିଖିତ ଅଭିଯୋଗ କରିଥିଲେ। ଏହାର ତଦନ୍ତ କରାଯିବ ଏବଂ ଏହା ପ୍ରମାଣିତ ହେଲେ ଏ ସମ୍ପର୍କରେ ଶ୍ରମ କମିଶନରଙ୍କୁ ଅବଗତ କରାଯିବ ବୋଲି ଯୋଗାଯୋଗ ବେଳେ ଜିଲା ଶ୍ରମ ଅଧିକାରୀ କହିଛନ୍ତି। ସବୁ ୟୁନିୟନର କର୍ମକର୍ତାଙ୍କୁ ଡାକି ଆଲୋଚନା କରାଯାଇ ଏହି ବ୍ୟବସ୍ଥା କିଭଳି ସରଳୀକରଣ ହେବ ସେ ସମ୍ପର୍କରେ ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

