ଶ୍ରମିକ, ଚାଷୀଙ୍କୁ ସହାୟତା ଯୋଗାଇ ଦିଅନ୍ତୁ କେନ୍ଦ୍ର, ରାଜ୍ୟ ସରକାର

ଜୟପୁର ,୨୮ା୫(ଡି.ଏନ.ଏ./ନି.ପ୍ର. )- କୋରାପୁଟ ଜିଲା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଗୁରୁବାର ଜିଲା କଂଗ୍ରେସଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବାହାର ରାଜ୍ୟରୁ ଫେରିଥିବା ପ୍ରବାସୀ, ଶ୍ରମିକ ଏବଂ ଚାଷୀଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି ା କାରୋନା ଲକଡାଉନ ସମୟରେ ପ୍ରବାସୀ ଓଡିଆ, ଶ୍ରମିକମାନେ ବେଶି ପ୍ରଭାବିତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ପ୍ରବାସୀଙ୍କ ନାମରେ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବା,ଆସନ୍ତା ୬ ମାସ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରତ୍ୟେକ ମାସରେ ୭୫୦୦ ଟଙ୍କା ପରିବାର ଭରଣପୋଷଣ ପାଇଁ ଦେବା, ଏମଏନଆଇଇଜିଏସରେ ୧୫୦ ଦିନ ବଦଳରେ ୨୦୦ ଦିନର କାର୍ଯ୍ୟ ଦିବସ ସୃଷ୍ଟି କରି ଯୋଗାଇ ଦେବା, ଚାଷୀଙ୍କୁ ସାର, କୀଟନାଶକ ଔଷଧ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ଖର୍ଚ୍ଚ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରଦାନ କରିବା, କ୍ଷୁଦ୍ର ଓ ମଧ୍ୟମ ଧରଣର କାରାଖାନା ଚାଲୁ କରିବା, ୧୮ ମାସରୁ ଊର୍ଦ୍ଧ୍ୱ ଦିନ ହେଲା ବନ୍ଦ ରହିଥିବା ଜୟପୁରସ୍ଥିତ ବିଲ୍ଟ କାଗଜକଳକୁ ଉତ୍ପାଦନକ୍ଷମ କରିବାକୁ ସେ ଦାବି କରିଛନ୍ତି। ରବିଧାନ ମଣ୍ଡି ବର୍ତ୍ତମାନ କୋରାପୁଟ ଜିଲାରେ ଆରମ୍ଭ ହୋଇଯାଇଛି ା ବଲାଙ୍ଗିର ଜିଲାର ମିଲ ମାଲିକମାନେ କଷ୍ଟମ ମିଲିଂ ଧାନ ଏହି ଜିଲାରୁ ନେଉଛନ୍ତି ା ମାତ୍ର ଧାନର ମାନ ବିଭିନ୍ନ ଆଳ ଦେଖାଇ ଚାଷୀଙ୍କଠାରୁ କୁଇଣ୍ଟାଲ ପିଛା ୭କିଲୋ ଅଧିକ ଦାବି କରୁଛନ୍ତି ା ତୁରନ୍ତ ବିନା କାଟନି ଛାଟନି ଧାନରେ ମିଲ ମାଲିକମାନେ ନେବାକୁ ସେ କହିଛନ୍ତି। ସେହିପରି ସମ୍ବଲପୁର ଏବଂ ବଲାଙ୍ଗିର ଜିଲାର ଟ୍ରକକୁ ଏଠାକୁ ଆଣି ମିଲରମାନେ ଧାନ ପରିବହନ କରୁଛନ୍ତି ା ଫଳରେ ଏଠାରେ ଥିବା ଟ୍ରକଗୁଡିକ କ୍ଷତି ସହୁଛନ୍ତି ା ସ୍ଥାନୀୟ ଟ୍ରକଗୁଡିକକୁ ଧାନ ପରିବହନ ପାଇଁ ନିୟୋଜିତ କରିବା ଦିଗରେ ପ୍ରଶାସନ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି। ନଚେତ୍‌ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି ା ଏହି ଖବରଦାତା ସମ୍ମିଳନୀରେ କୃଷ୍ଣଚନ୍ଦ୍ର ନେପାକ, ନରେନ୍ଦ୍ର ମହାନ୍ତି, କାନ୍ତ ପାଢୀ, ନିହାର ବିଶୋୟୀ, ମଦନ ମୋହନ ନାୟକ, ଭେଙ୍କଟରାଓ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri