ଯୋଡ଼ା, ୯।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେଉଥିବା ଥିବା କେତେ ଗୁଡିଏ ଖଣି ଗୁଡିକର ନିଲାମ ପ୍ରକ୍ରିୟା ଇତିମଧ୍ୟରେ ଶେଷ ହୋଇଥିବା ବେଳେ ଅନ୍ୟ କେତେ ଗୁଡିକର ନିଲାମ ପ୍ରକ୍ରିୟା ଆଗକୁ ରହିଛି। ଏହି ନିଲାମ ପ୍ରକ୍ରିୟା ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାପରେ ନିଲାମ ହାତେଇଥିବା କମ୍ପାନୀ ଗୁନିକୁ ଲେଟର ଅଫ୍ ଇଣ୍ଟେଣ୍ଟ ପ୍ରଦାନ କରାଯିବ।
ଇତି ମଧ୍ୟରେ ଖଣି ନିଲାମ ଦ୍ୱାରା କେବଳ ସିରାଜୁଦ୍ଦିନ୍ କମ୍ପାନୀ ତାର ବଳଦା ଖଣି ଓ କେ.ଏନ. ରାମ୍ କମ୍ପାନୀ ରୋଇଡା ଖଣିକୁ ପୁନଃ ନିଜ ଅଧୀନକୁ ଆଣିବାରେ ସଫଳ ହୋଇଛି। ଅନ୍ୟ ସବୁ ବଡ ବଡ ଖଣି ତଥା କେଜେ୍ଏସ୍ ଆହାଲୁଓ୍ବାଲିଆ ନୂଆଗାଁ ଲୌହ ଖଣି ଓ ରୁଙ୍ଗଟାର ଜଜାଙ୍ଗ ଖଣି ଜେଏସଡବ୍ଲ୍ୟୁ କମ୍ପାନୀକୁ ମିଳିଥିବା ବେଳେ ଏସେଲ୍ ମାଇନିଂର ଜିଲିଂ ଖଣି ଶ୍ୟାମ୍ ସେଲ୍ ଏବଂ କେ.ପି ମିନେରାଲ୍ସର ଠାକୁରାଣୀ ଖଣି ଆର୍ସେଲର ମିତଲ କମ୍ପାନୀକୁ ମିଳିଛି ା ପୁନଃ ଲିଜ୍ ପାଇ ନ ଥିବା ସମସ୍ତ ଖଣି କମ୍ପାନୀ ଗୁଡ଼ିକ ନିଜ ନିଜର ଶ୍ରମିକଙ୍କୁ ଛଟେଇ କରିବା ପାଇଁ ନୋଟିସ ଜାରି କରିଥିବା ବେଳେ ବର୍ତ୍ତମାନ ଖଣିରେ କାର୍ଯ୍ୟରତ ଶ୍ରମିକଙ୍କୁ ପୁନଃ ନିଯୁକ୍ତି ଦେବା ପାଇଁ ସରକାରଙ୍କ ପକ୍ଷରୁ ନୂତନ ଲିଜ୍ ପାଇଥିବା କମ୍ପାନୀଗୁଡ଼ିକୁ କୌଣସି ନିର୍ଦ୍ଦେଶ ଦିଆଯାଇନାହିଁ। ତେଣୁ ହଜାର ହଜାର ଶ୍ରମିକ ସେମାନଙ୍କର କର୍ମ ସଂସ୍ଥାନ ହରାଇବାର ଆଶଙ୍କା ଦେଖାଦେଇଛି ା ରାଜ୍ୟ ସରକାର ନୂତନ ଲିଜ୍ ଧାରୀମାନଙ୍କୁ କାର୍ଯ୍ୟାଦେଶ ଦେବା ସମୟରେ ସମସ୍ତ କାର୍ଯ୍ୟରତ ଶ୍ରମିକମାନଙ୍କୁ ନିଯୁକ୍ତିର ସର୍ତ୍ତ ରଖିବା ପାଇଁ ଏଆଇଟିୟୁସି ପକ୍ଷରୁ ଦାବି କରାଯାଇଛି ା ଏଣୁ ଖଣିରେ କାର୍ଯ୍ୟରତ ଶ୍ରମିକ ଓ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାନଗଲେ ଆଗାମୀ ଦିନରେ ଶ୍ରମିକ ସଂଘ ଏଆଇଟିୟୁସି ପକ୍ଷରୁ ଜିଲାରେ ବ୍ୟାପକ ଆନ୍ଦୋଳନ କରାଯିବାର ପ୍ରସ୍ତୁତି କରାଯାଉଥିବା ଏଆଇଟିୟୁସିର ରାଜ୍ୟ ସଂପାଦକ ମହେଶ୍ୱର ରାଉତ ସୂଚନା ଦେଇଛନ୍ତି। ଏଠାରେ ସୂଚନା ଯୋଗ୍ୟ କି, ଯୋଡା ଖଣି ମଣ୍ଡଳର ବିଭିନ୍ନ ଖଣିରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କୁ ନିଯୁକ୍ତି ଓ ଅନ୍ୟାନ୍ୟ ଦାବି କରି ସ୍ଥାନୀୟ ଅଞ୍ଚଳରେ ଥିବା ବିଭିନ୍ନ ସଂଗଠନ ପକ୍ଷରୁ ଆନ୍ଦୋଳନ କରାଯିବାର ଆଶଙ୍କା ଦେଇଖାଦେଇଛି। ତେଣୁ ସରକାର ଏଥିପ୍ରତି ଯତ୍ନବାନ ନହେଲେ ଅଞ୍ଚଳରେ ନିଯୁକ୍ତି ପାଇଁ ହିଂସାତ୍ମକ ପରିବେଶ ସୃଷ୍ଟି ହେବ, ଏଥିରେ ତିଳେ ମାତ୍ର ସନ୍ଦେହ ନାହିଁ ବୋଲି କୁହାଯାଇଛି।
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…
ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…
ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…
ପଲିଥିନ୍ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ
ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…
ରାସ୍ତା-ଡ୍ରେନ୍ ନିର୍ମାଣ ନ ହେଲେ ଭୋଟ୍ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ
କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…
ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…
ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…
କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ
ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…
Archives

