Posted inଜାତୀୟ

ଶ୍ରମିକ ସ୍ପେଶାଲ ଟ୍ରେନ୍‌କୁ ନେଇ ଜାରି ହେଲା ଗାଇଡଲାଇନ୍‌

ନୂଆଦିଲ୍ଲୀ,୩।୫: ଲକ୍‌ଡାଉନ ଯୋଗୁ ସାରା ଦେଶରେ ଫସି ରହିଥିବା ଶ୍ରମିକ, ଶିକ୍ଷାର୍ଥୀ, ଶ୍ରଦ୍ଧାଳୁ ଆଦିଙ୍କୁ ନିଜ ନିଜ ରାଜ୍ୟରେ ପହଞ୍ଚାଇବା ପାଇଁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଚଳ ଆରମ୍ଭ କରିଛି। ଏହାକୁ ନେଇ ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳିଥିବା ବେଳେ ରେଳ ମନ୍ତ୍ରଣାଳୟ ପକ୍ଷରୁ ଗାଇଡଲାଇନ୍ସ ଜାରି କରାଯାଇଛି। ଶ୍ରମିକ ସ୍ପେଶାଲ ଟ୍ରେନ୍‌କୁ ଚଳାଇବା ପାଇଁ ନିର୍ଦ୍ଦିଷ୍ଟ ଗନ୍ତବ୍ୟ ସ୍ଥଳରୁ ରାଜ୍ୟ ପକ୍ଷରୁ ଦିଆଯାଇଥିବା ଶ୍ରମିକଙ୍କ ସଂଖ୍ୟାକୁ ଦେଖି ଟ୍ରେନ୍‌ ଟିକେଟ ଛପାଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ଥାନୀୟ ଅଧିକାରୀ ଯାତ୍ରୀଙ୍କୁ ଟିକେଟ ଦେଇ ଆଦାୟ କରିଥିବା ଅର୍ଥକୁ ରେଲଓ୍ବେକୁ ଦେବେ। ସୂଚନାଯୋଗ୍ୟ, ଏହି ଟ୍ରେନରେ କେବଳ ଲକ୍‌ଡାଉନରେ ଫସି ରହିଥିବା ଲୋକେ ଯାତ୍ରା କରିପାରିବେ। ସ୍ଥାନୀୟ ପ୍ରଶାସନ ଯାତ୍ରୀଙ୍କ ସମସ୍ତ ବିବରଣୀ ଦେବା ପରେ ସେମାନଙ୍କର ସ୍କ୍ରିନିଂ କରାଯାଇ ଟ୍ରେନ୍‌ରେ ଯାତ୍ରା କରିବାକୁ ଅନୁମତି ପ୍ରଦାନ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri