ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଲେ ୪୮ ଲକ୍ଷ ପ୍ରବାସୀ

ନୂଆଦିଲ୍ଲୀ,୨୮।୫: ଦେଶର ବିଭିନ୍ନ ରାଜ୍ୟରେ ଫସି ରହିଥିବା ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇବା ଲାଗି ରେଳ ମନ୍ତ୍ରଣାଳୟ ବୁଧବାର ସୁଦ୍ଧା ୩୫ଶହ ଶ୍ରମିକ ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି। ଏହାଦ୍ୱାରା ବିଭିନ୍ନ ରାଜ୍ୟରୁ ୪୮ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀଙ୍କୁ ସେମାନଙ୍କର ଗନ୍ତବ୍ୟସ୍ଥଳକୁ ପଠାଯାଇଥିବା ରେଳ ମନ୍ତ୍ରଣାଳୟ ସୂଚନା ଦେଇଛି। ଗତ ମାର୍ଚ୍ଚ ୨୫ ପରଠାରୁ ଏହି ଶ୍ରମିକମାନେ ଲକ୍‌ଡାଉନ କାରଣରୁ ସେମାନଙ୍କ ଘରକୁ ଫେରିପାରି ନ ଥିଲେ। ଏହି ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ରେଳ ମନ୍ତ୍ରଣାଳୟ ମେ ୧ରୁ ୨୭ମଧ୍ୟରେ ଏହି ସୁବିଧା ପ୍ରଦାନ କରିଛି। ଏହି ସମସ୍ତ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ବହନ କରିବେ। ପ୍ରତି ଟ୍ରେନ୍‌ରେ ୧୨ଶହ ଜଣ ଯାତ୍ରୀ ଏବଂ ୨୪ଟି ବଗି ରହିଛି। ପ୍ରତି ବଗିରେ ୭୨ସିଟ୍‌ ଓ ୫୪ ଜଣ ଯାତ୍ରା କରୁଛନ୍ତି। ଆଇଆର୍‌ସିଟିସି ପକ୍ଷରୁ ଏହି ଶ୍ରମିକଙ୍କୁ ସବୁ ପ୍ରକାର ସୁବିଧା ପ୍ରଦାନ କରାଯାଉଛି। ସରକାରଙ୍କ କୋଭିଡ୍‌-୧୯ କଟକଣା ଓ ନିୟମ ଅନୁସାରେ ପ୍ରବାସୀ ଶ୍ରମିକମାନେ ଏହି ସବୁ ଟ୍ରେନ୍‌ରେ ଯାତ୍ରା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri