ପଦ୍ମପୁରରେ ଶ୍ରମ କମିଶନର

ପଦ୍ମପୁର, ୧୩।୯ (ଡି.ଏନ.ଏ): ରାଜ୍ୟ ଶ୍ରମ କମିଶନର ନିରଞ୍ଜନ ସାହୁ ଶୁକ୍ରବାର ଦିନିକିଆ ପଦ୍ମପୁର ଗସ୍ତରେ ଆସି ଦାଦନ ଶ୍ରମିକ ସମ୍ପର୍କିତ ଏକ ସମୀକ୍ଷା ବୈଠକରେ ଯୋଗଦାନ କରଥିଲେ। ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଶ୍ରମ କମିଶନର ସାହୁ ଶ୍ରମିକମାନଙ୍କର ବିଭିନ୍ନ ସମସ୍ୟା, ସେମାନଙ୍କ କଲ୍ୟାଣ ପାଇଁ ସରକାରଙ୍କ ତରଫରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଓ ଯୋଜନା ଉପରେ ଆଲୋଚନା କରିଥିଲେ । ଏହାସହିତ ଶ୍ରମିକମାନଙ୍କୁ ନିଜ ଅଞ୍ଚଳରେ କାମଧନ୍ଦା ଯୋଗାଇ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ଯେପରି ତୃଣମୂଳ ସ୍ତରରେ ପହଞ୍ଚତ୍ ପାରିବ ତାହା ଉପରେ ଦୃଷ୍ଟିଦେବା ପାଇଁ ସେ ଉପସ୍ଥିତ କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେବା ସହିତ ବ୍ୟାପକ ଜନସଚେତନତା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ଉକ୍ତ ବୈଠକରେ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂବରିହା, ବରଗଡ ଜିଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ, ଜିଲା ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ, ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୱାନ, ଏପିଡି ଦୌଲତ ଚନ୍ଦ୍ରାକର ତଥା ରାଜ୍ୟ ମାଇଗ୍ରେସନ ସେଲରୁ ଆସିଥିବା ଭକ୍ତବନ୍ଧୁ ଆଚାର୍ଯ୍ୟ ଶ୍ରମିକ ସମସ୍ୟା ଏବଂ ଏହାର ନିରାକରଣ ଉପରେ ମତାମତ ପ୍ରଦାନ କରିଥିଲେ । ସଭା ପ୍ରାରମ୍ଭରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ସ୍ବାଗତ ଭାଷଣ ଦେବା ସହିତ ଶ୍ରମିକାମାନଙ୍କ ଉନ୍ନତି ନିମନ୍ତେ ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ । ଉକ୍ତ ବୈଠକରେ ଜିଲା ଶ୍ରମ ଅଧିକାରୀ ହେମନ୍ତ କୁମାର ପ୍ରଧାନ, ଡେପୁଟି ଲେବର କମିଶନର ଲୁଗୁନଙ୍କ ସମେତ ବିଭିନ୍ନ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜୀବିକା ମିଶନର କର୍ମକର୍ତ୍ତା, ଗଣମାଧ୍ୟମ ପ୍ରତିନିଧି ଯୋଗଦାନ କରିଥିଲେ । ଏହାପରେ ଶ୍ରମ କମିଶନର ରାଜବୋଡାସମ୍ବର ବ୍ଲକ ଅନ୍ତର୍ଗତ ଭାଲୁଡୁଙ୍ଗୁରୀ ଓ ବ୍ରାହଣଡିହି ଗ୍ରାମକୁ ପରିଦର୍ଶନରେ ଯାଇ ଶ୍ରମିକ ତଥା ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟମାନଙ୍କ ସହିତ ବାର୍ତ୍ତାଳାପ କରି ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ ହୋଇ ସ୍ବାବଲମ୍ବୀ ହେବା ପାଇଁ ପରାମର୍ଶ ଦେଇଥିଲେ ।
–ପଦ୍ମପୁରରେ ଶ୍ରମ କମିଶନର ବିଭିନ୍ନ ଯୋଜନାର ସମୀକ୍ଷା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri