ପଦ୍ମପୁରରେ ଶ୍ରମ କମିଶନର

ପଦ୍ମପୁର, ୧୩।୯ (ଡି.ଏନ.ଏ): ରାଜ୍ୟ ଶ୍ରମ କମିଶନର ନିରଞ୍ଜନ ସାହୁ ଶୁକ୍ରବାର ଦିନିକିଆ ପଦ୍ମପୁର ଗସ୍ତରେ ଆସି ଦାଦନ ଶ୍ରମିକ ସମ୍ପର୍କିତ ଏକ ସମୀକ୍ଷା ବୈଠକରେ ଯୋଗଦାନ କରଥିଲେ। ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଶ୍ରମ କମିଶନର ସାହୁ ଶ୍ରମିକମାନଙ୍କର ବିଭିନ୍ନ ସମସ୍ୟା, ସେମାନଙ୍କ କଲ୍ୟାଣ ପାଇଁ ସରକାରଙ୍କ ତରଫରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଓ ଯୋଜନା ଉପରେ ଆଲୋଚନା କରିଥିଲେ । ଏହାସହିତ ଶ୍ରମିକମାନଙ୍କୁ ନିଜ ଅଞ୍ଚଳରେ କାମଧନ୍ଦା ଯୋଗାଇ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ଯେପରି ତୃଣମୂଳ ସ୍ତରରେ ପହଞ୍ଚତ୍ ପାରିବ ତାହା ଉପରେ ଦୃଷ୍ଟିଦେବା ପାଇଁ ସେ ଉପସ୍ଥିତ କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେବା ସହିତ ବ୍ୟାପକ ଜନସଚେତନତା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ଉକ୍ତ ବୈଠକରେ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂବରିହା, ବରଗଡ ଜିଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ, ଜିଲା ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ, ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୱାନ, ଏପିଡି ଦୌଲତ ଚନ୍ଦ୍ରାକର ତଥା ରାଜ୍ୟ ମାଇଗ୍ରେସନ ସେଲରୁ ଆସିଥିବା ଭକ୍ତବନ୍ଧୁ ଆଚାର୍ଯ୍ୟ ଶ୍ରମିକ ସମସ୍ୟା ଏବଂ ଏହାର ନିରାକରଣ ଉପରେ ମତାମତ ପ୍ରଦାନ କରିଥିଲେ । ସଭା ପ୍ରାରମ୍ଭରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ସ୍ବାଗତ ଭାଷଣ ଦେବା ସହିତ ଶ୍ରମିକାମାନଙ୍କ ଉନ୍ନତି ନିମନ୍ତେ ଜିଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଉପରେ ଆଲୋକପାତ କରିଥିଲେ । ଉକ୍ତ ବୈଠକରେ ଜିଲା ଶ୍ରମ ଅଧିକାରୀ ହେମନ୍ତ କୁମାର ପ୍ରଧାନ, ଡେପୁଟି ଲେବର କମିଶନର ଲୁଗୁନଙ୍କ ସମେତ ବିଭିନ୍ନ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜୀବିକା ମିଶନର କର୍ମକର୍ତ୍ତା, ଗଣମାଧ୍ୟମ ପ୍ରତିନିଧି ଯୋଗଦାନ କରିଥିଲେ । ଏହାପରେ ଶ୍ରମ କମିଶନର ରାଜବୋଡାସମ୍ବର ବ୍ଲକ ଅନ୍ତର୍ଗତ ଭାଲୁଡୁଙ୍ଗୁରୀ ଓ ବ୍ରାହଣଡିହି ଗ୍ରାମକୁ ପରିଦର୍ଶନରେ ଯାଇ ଶ୍ରମିକ ତଥା ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟମାନଙ୍କ ସହିତ ବାର୍ତ୍ତାଳାପ କରି ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ ହୋଇ ସ୍ବାବଲମ୍ବୀ ହେବା ପାଇଁ ପରାମର୍ଶ ଦେଇଥିଲେ ।
–ପଦ୍ମପୁରରେ ଶ୍ରମ କମିଶନର ବିଭିନ୍ନ ଯୋଜନାର ସମୀକ୍ଷା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri