ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରିଲେ ନିର୍ମାଣ ଶ୍ରମିକ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ ସହାୟତା କଲ୍ୟାଣ ବୋର୍ଡର ପ୍ରତ୍ୟାହାର ନିଷ୍ପତ୍ତି ବିରୋଧରେ ଶୁକ୍ରବାର ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରାଉ ହୋଇଛି। ନିର୍ମାଣ ଶ୍ରମିକମାନଙ୍କ ପିଲାଙ୍କ ଶିକ୍ଷା ଲାଗି ପ୍ରଚଳିତ ସହାୟତା ରାଶି କେବଳ ସରକାରୀ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଥିଲେ ଦିଆଯିବ ବୋଲି ହୋଇଥିବା ନୂତନ ନିର୍ଦ୍ଦେଶ ବିରୋଧରେ ଶତାଧିକ ଶ୍ରମିକ ଓଡ଼ିଶା ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ନିର୍ମାଣ ଶ୍ରମିକ ୟୁନିୟନ୍‌ ସମନ୍ବୟ କମିଟି ଓଡ଼ିଶା ଆହ୍ବାନରେ ଆୟୋଜିତ ଏହି ସମାବେଶରେ ଏଆଇଟିୟୁସି ରାଜ୍ୟ ଉପସାଧାରଣ ସମ୍ପାଦକ ବିଜୟ ଜେନା, ସୁର ଜେନା, ଜୟନ୍ତ ଦାସ, ପ୍ରଣତୀ ମିଶ୍ର, କିଶୋର ଜେନା, ବିପ୍ଳବ କେଶରୀ ମହାପାତ୍ର, ଶଙ୍କର୍ଷଣ ବେହେରା, ମନୋରଞ୍ଜନ ମହାରଣା, ମହାବୀର ମିଶ୍ର, ମହେନ୍ଦ୍ର ପରିଡ଼ା, ବସନ୍ତ ସାହୁ, ବିଦ୍ୟାଧର ମହାନ୍ତି, ସୋମନାଥ ଗିରି, କରୁଣା ଦାସ ଏହି ବିକ୍ଷୋଭର ନେତୃତ୍ୱ ନେଇଥିଲେ। ବିଭିନ୍ନ ଶ୍ରମିକ ସଂଗଠନ ଯଥା ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ଆଇଏନ୍‌ଟିୟୁସି, ବିଏମ୍‌ଏସ୍‌, ଏଆଇସିସିଟିୟୁ ସମେତ ୫୦ରୁ ଅଧିକ ଶ୍ରମିକ ସଂଗଠନ ଓ ୟୁନିୟନମାନେ ଅଂଶଗ୍ରହଣ କରିଥିଲେ। ଏକ ମିଳିତ ନିର୍ମାଣ ଶ୍ରମିକ ଶୋଭାଯାତ୍ରାରେ ସହର ପରିକ୍ରମା କରି ଶ୍ରମ କମିଶନର କାର୍ଯ୍ୟାଳୟଠାରେ ପହଞ୍ଚତ୍ଥିଲେ। ବିକ୍ଷୋଭ ପରେ ପ୍ରତିନିଧି ମଣ୍ଡଳୀ ରାଜ୍ୟ ଶ୍ରମ କମିଶନର ନାରାୟଣ ଚନ୍ଦ୍ର ସାହୁଙ୍କୁ ସାକ୍ଷାତ କରି ୯ ଦଫା ସମ୍ବଳିତ ଦାବିପତ୍ର ଉପସ୍ଥାପନ କରିଥିଲେ। ଦାବିଗୁଡ଼ିକର ଯଥାର୍ଥକୁ ଶ୍ରମ କମିଶନର ସ୍ବୀକାର କରିବା ସହ ଛାତ୍ରୀଛାତ୍ରଙ୍କ ଶିକ୍ଷାବୃତ୍ତିରୁ କୌଣସି ନିର୍ମାଣ ଶ୍ରମିକ ହିତାଧିକାରୀ ଯେଭଳି ବଞ୍ଚିତ ନ ହେବେ ସେଥିପାଇଁ ବ୍ୟବସ୍ଥା କରିବ ବୋଲି ପ୍ରତିଶ୍ରୁତି ଦେବାପରେ ବିକ୍ଷୋଭରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri