ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୩୦ା୫- ମୟୂରଭଞ୍ଜ ଜିଲା ନିର୍ମାଣ ଶ୍ରମିକ ସମନ୍ବୟ ସମିତି ପକ୍ଷରୁ ଶନିବାର ୯ ଦଫା ଦାବିରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଶ୍ରମିକ ସଂଘ ସମନ୍ବୟ ସମିତିର ସଭାପତି ଅମଲ ଦେଙ୍କ ନେତୃତ୍ୱରେ ଅପରାହ୍ନରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ସରକାରଙ୍କ ବିଭିନ୍ନ ଶ୍ରମିକ ମାରଣନୀତିକୁ ବିରୋଧ କରାଯାଇଥିଲା। ପ୍ରବାସୀ ଶ୍ରମିକମାନଙ୍କୁ ସରକାରୀ ଖର୍ଚ୍ଚରେ ସେମାନଙ୍କୁ ଘରକୁ ଫେରାଇ ଆଣିବା ଏବଂ ନିଜ ଖର୍ଚ୍ଚରେ ଆସିଥିବା ଶ୍ରମିକମାନଙ୍କୁ ସେମାନଙ୍କ ଗସ୍ତ ଟଙ୍କା ପ୍ରଦାନ କରିବା, କରୋନା ପରିସ୍ଥିତି ନ ସୁଧୁରିବା ପର୍ଯ୍ୟନ୍ତ ୬ ମାସ ଯାଏ ପ୍ରତି ନିର୍ମାଣ ଶ୍ରମିକଙ୍କୁ ମାସକୁ ୧୦ କିଲୋ ଚାଉଳ, ୧ କିଲୋ ଡାଲି, ୧୦ ହଜାର ଟଙ୍କା ପ୍ରଦାନ କରିବା, ନିର୍ମାଣ ଶ୍ରମିକମାନଙ୍କୁ ସରକାରଙ୍କ ତରଫରୁ ୧୫୦୦ ଟଙ୍କା ଯୋଗାଇ ଦିଆଯାଉଥିବା ବେଳେ ସମସ୍ତେ ଏ ପର୍ଯ୍ୟନ୍ତ ତାହା ପାଇ ପାରି ନାହାନ୍ତି। ଶ୍ରମ ଅଫିସରେ ପଡ଼ି ରହିଥିବା ପଞ୍ଜୀକରଣ ଆବେଦନ ପତ୍ରକୁ ପଞ୍ଜୀକରଣ କରାଯାଇ କାର୍ଡ ପ୍ରଦାନ କରିବା। ଜିଲାରେ କେତେ ଶ୍ରମିକ କେଉଁ ବାବଦରେ ସହାୟତା ରାଶି , କେତେ ପଞ୍ଜୀକୃତ ହୋଇଛନ୍ତି ତାହାର ତାଲିକା ପ୍ରଦାନ କରିବା। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ ୧୦୦ ଦିନରୁ ୨୦୦ ଦିନକୁ ବୁଦ୍ଧି କରି ତୁରନ୍ତ କାମ ଯୋଗାଇ ଦେବା, କରୋନା ଯୋଦ୍ଧା ବୀମାରାଶି ପରି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକ ପରିବାରକୁ ୫ ଲକ୍ଷ ଟଙ୍କାର ବୀମା ରାଶି ପ୍ରଦାନ କରିବା ଭଳି ୯ ଦଫା ଦାବିରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସମ୍ପାଦକ କାହ୍ନୁଚରଣ ବେହେରା, ନନ୍ଦ କୁମାର ମହାପାତ୍ର, ରବି ଗୋସ୍ବାମୀ, ସୂର୍ଯ୍ୟକାନ୍ତ ସାହୁଙ୍କ ସମେତ ବହୁ ନେତା ଓ ଶ୍ରମିକମାନେ ଏହି ବିକ୍ଷୋଭରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri