ଶ୍ରାବଣ ଶେଷ ସୋମବାର: ଛେଣ୍ଡିପଦାର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଛେଣ୍ଡିପଦା,୧୨।୮(ଡିଏନଏ): ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ତଥା ଶିବ ମନ୍ଦିରରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା। ପ୍ରତ୍ୟୁଷରୁ ସା ପର୍ଯ୍ୟନ୍ତ ବିଭିନ୍ନ ପ୍ରାନ୍ତରୁ ତଥା ଦୂରଦୂରାନ୍ତରୁ ପହଞ୍ଚି ଥିବା ଶ୍ରଦ୍ଧାଳୁମାନେ ଜଳଲାଗି କରିବା ସହ ମହାଦେବଙ୍କ ଯଥାବିଧି ପୂଜାର୍ଚ୍ଚନା କରିଥିଲେ। ଏହା ସହିତ ହୋମଯଜ୍ଞ, ଭଜନଜଣାଣ, ନାମ ସଙ୍କୀର୍ତ୍ତନ, ପ୍ରସାଦ ସେବନ ଆଦି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସ୍ଥାନୀୟ ମନ୍ଦିର ପରିଚାଳନା କମିଟି ତଥା ପୋଲିସ ପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ରକ୍ଷା କରିବା ସହ ଶ୍ରଦ୍ଧାଳୁଙ୍କ ସକାଶେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଥିଲା। ବିଶେଷକରି ଛେଣ୍ଡିପଦା ବ୍ଲକ ପ୍ରସିଦ୍ଧ କୋରଡା ପଞ୍ଚାୟତ ଅନ୍ତର୍ଗତ ଝିଣ୍ଟିପାଳ ଗ୍ରାମସ୍ଥିତ ଶ୍ରୀଶ୍ରୀ ବୀରେଶ୍ୱର ଅଷ୍ଟଶମ୍ଭୁ ମହାଦେବ ମନ୍ଦିରଠାରେ ହଜାର ହଜାର ସଂଖ୍ୟକ କାଉଡ଼ିଆ ଏବଂ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଥିଲା । ମନ୍ଦିର ଟ୍ରଷ୍ଟ ବୋର୍ଡ, ଗ୍ରାମ ପରିଚାଳନା କମିଟି ତଥା ନିଶା ଶିଳ୍ପାଞ୍ଚଳ ଥାନା ପୋଲିସ ପକ୍ଷରୁ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା। ଅଷ୍ଟଶମ୍ଭୁ ବୋଲବମ୍‌ କମିଟି ପକ୍ଷରୁ ସମସ୍ତ ଶ୍ରଦ୍ଧାଳୁଙ୍କ ସକାଶେ ଅନ୍ନପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା। ସେହିପରି ଜରପଡ଼ା ଧବଳେଶ୍ବର ମନ୍ଦିରରେ ମଧ୍ୟ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା। ଏହାସହ ଛେଣ୍ଡିପଦା, ବ୍ରାହ୍ମଣବିଲ, ଖମାର, ମାଛକୁଟା, କୋଶଳା, କୋରଡା, ବାଲିପଟା, କତଡା ଆଦି ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଅସମ୍ଭବ ଭିଡ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri