Posted inଖେଳ

ଶ୍ରୀକାନ୍ତଙ୍କୁ ପ୍ରଥମ ରାଉଣ୍ଡରେ ହରାଇଲେ ପ୍ରଣୟ

ଟୋକିଓ,୨୪।୭- ଦେଶର ଅଗ୍ରଣୀ ପୁରୁଷ ସିଙ୍ଗଲ୍ସ ଶଟଲର କିଡାମ୍ବି ଶ୍ରୀକାନ୍ତ ଚଳିତ ବର୍ଷ ଫର୍ମ ସହ ସଂଘର୍ଷ କରୁଛନ୍ତି। ଏଠାରେ ଚାଲିଥିବା ଜାପାନ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ସେ ଅନ୍ୟ ଭାରତୀୟ ଖେଳାଳି ଏଚ୍‌. ଏସ୍‌. ପ୍ରଣୟଙ୍କଠାରୁ ପରାସ୍ତ ହୋଇଛନ୍ତି। ସାଢ଼େ ୭ ଲକ୍ଷ ଆମେରିକୀୟ ଡଲାର ପୁରସ୍କାର ରାଶି ବିଶିଷ୍ଟ ଟୁର୍ନାମେଣ୍ଟର ପ୍ରଥମ ମୁକାବିଲାକୁ ପ୍ରଣୟ ୧୩-୨୧, ୨୧-୧୧, ୨୨-୨୦ ଗେମ୍‌ରେ ଜିତି ନେଇଛନ୍ତି। ଦୁଇ ଖେଳାଳିଙ୍କ ମଧ୍ୟରେ ଦୀର୍ଘ ଏକ ଘଣ୍ଟା ଧରି କଡ଼ା ସଂଘର୍ଷ ହୋଇଥିଲା। ୮ମ ସିଡ୍‌ ଶ୍ରୀକାନ୍ତ ୨୧-୧୩ ବ୍ୟବଧାନରେ ପ୍ରଥମ ଗେମ୍‌କୁ ଜିତି ନେଇଥିଲେ। ହେଲେ ଦ୍ୱିତୀୟ ଗେମ୍‌ରେ ଆଶାନୁଯାୟୀ ପ୍ରଦର୍ଶନ କରିପାରି ନ ଥିଲେ। ଏହାପରେ ନିର୍ଣ୍ଣାୟକ ଗେମ୍‌ରେ ଦୁଇ ଖେଳାଳି ମ୍ୟାଚ୍‌ ହାତେଇବା ଲାଗି ବହୁ ଉଦ୍ୟମ କରିଥିଲେ। କିନ୍ତୁ ପୂର୍ବତନ ଶୀର୍ଷ ର଼୍ୟାଙ୍କଧାରୀ ଖେଳାଳି ବିଫଳ ହୋଇଥିଲେ। ପୂର୍ବରୁ ଉଭୟଙ୍କ ମଧ୍ୟରେ ୫ ଥର ମୁକାବିଲା ହୋଇଥିଲେ ହେଁ, ଶ୍ରୀକାନ୍ତ ୪ଥର ଜିତାପଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri