Posted inପୁରୀ

ଶ୍ରୀଜଗନ୍ନାଥଙ୍କ ବାହୁଟ ସେବାଲାଗି ବଉଳ ବୃକ୍ଷ ଚିହ୍ନଟ

ସାକ୍ଷୀଗୋପାଳ,୨୯ା୫(ଡି.ଏନ୍‌.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରା ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ଆବଶ୍ୟକ ବାହୁଟ ସେବା ଲାଗି ଶୁକ୍ରବାର ବଉଳବୃକ୍ଷ ଚିହ୍ନଟ କରାଯାଇଛି। ପରମ୍ପରାକ୍ରମେ ସାକ୍ଷୀଗୋପଳ ବକୁଳବନରୁ ସଂଗ୍ରହ କରାଯାଉଥିବା ବଉଳକାଠ ଏଥର ଅଭାବ ଥିବାରୁ ନିକଟସ୍ଥ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ହାଟସାହି ନିବାସୀ ହୃଷୀକେଶ ମହାନ୍ତି, ତାଙ୍କ ଭାଇ କାଳୀ ପ୍ରସନ୍ନ ମହାନ୍ତିଙ୍କ ବଗିଚାରୁ ଶ୍ରୀମନ୍ଦିର ସେବାୟତ ଓ କର୍ମଚାରୀମାନେ ବଉଳ ବୃକ୍ଷ ଚିହ୍ନଟ କରିଛନ୍ତି। ଶ୍ରୀମନ୍ଦିର ରଥ ନିର୍ମାଣ ମୁଖ୍ୟ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ, ସତ୍ୟବାଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ଅତିରିକ୍ତ ବିଡିଓ ସାରଦା ପ୍ରସନ୍ନ ମହାନ୍ତି, ସାକ୍ଷୀଗୋପାଳ ମନ୍ଦିର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାସ ଚନ୍ଦ୍ର ମିଶ୍ର, ସତ୍ୟବାଦୀ ସଂସ୍କୃତି ସୁରକ୍ଷା ମଞ୍ଚ ସମ୍ପାଦକ କିଶୋର ଚନ୍ଦ୍ର ମହାପାତ୍ର, ସର୍ଦ୍ଦାର ଭୋଇ ସେବକ ରବି ଭୋଇ, ସହଯୋଗୀ ଧ୍ରୁବ ଭୋଇ ପ୍ରମୁଖ ଆବଶ୍ୟକୀୟ ମାପରେ ବଉଳ ବୃକ୍ଷ ଥିବା ଖବରପାଇ ସେଠାରେ ପହଞ୍ଚତ୍ଥିଲେ। ବୃକ୍ଷଟି ଉପଯୋଗୀ ହୋଇଥିବାରୁ ଚୟନ କରାଯାଇଥିଲା। ଏହି ବଉଳ କାଠରେ ନିର୍ମିତ ବାହୁଟ ମହାପ୍ରଭୁ କାଳିଆ ସାଅନ୍ତଙ୍କ ପହଣ୍ଡି ସମୟରେ ଶ୍ରୀଅଙ୍ଗର ସୁରକ୍ଷା ନିମନ୍ତେ ଲାଗି କରାଯିବ। ମଙ୍ଗଳବାର ନିର୍ଜଳା ଏକାଦଶୀ ତିଥିରେ ପୂଜାର୍ଚ୍ଚନା କରାଯାଇ ବୃକ୍ଷ ଛେଦନ କରାଯିବ। ବଉଳକାଠ ଗଣ୍ଡି ବଳଦ ଶଗଡିରେ ବକୁଳବନ ସିଦ୍ଧବକୁଳ ମନ୍ଦିରକୁ ଅଣାଯାଇ ସେଠାରୁ ଶ୍ରୀକ୍ଷେତ୍ର ଅଭିମୁଖେ ମେଲାଣି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଆଜି ହେରାପଞ୍ଚମୀ -ମହାପ୍ରଭୁଙ୍କ ରଥ ଭାଙ୍ଗିବେ ଅଭିମାନିନୀ ଲକ୍ଷ୍ମୀ ଠାକୁରାଣୀ

ପୁରୀ,୨୦।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ…

ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଲା ପ୍ରଥମ ଆଡ଼ପ ଅବଢ଼ା: ଶ୍ରଦ୍ଧାଳୁ ଆନନ୍ଦିତ

ପୁରୀ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରିଛି ପ୍ରଥମ ଆଡ଼ପ ଅବଢ଼ା। ଶହଶହ ଶ୍ରଦ୍ଧାଳୁ ଆଡ଼ପ ଅବଢ଼ା ପାଇ ଆନନ୍ଦିତ ହୋଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri