ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନ: ଦୁଇଦିନିଆ କର୍ମଶାଳା, ପ୍ରଶିକ୍ଷଣ ଉଦ୍‌ଘାଟିତ

ପୁରୀ ଅଫିସ, ୧୩ା୧୨: ସ୍ଥାନୀୟ ଆୟୁର୍ବେଦ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଦ୍ୱିଦିବସୀୟ କାର୍ଯ୍ୟକର୍ତ୍ତା କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଘାଟିତ ହୋଇଛିି। ଉଦ୍‌ଘାଟନୀ ସମାରୋହରେ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହରିହର ହୋତା ମୁଖ୍ୟଅତିଥି ଏବଂ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରା ଯୋଗଦେଇଥିଲେ। ଝାଞ୍ଜପିଟା ମଠ ମହନ୍ତ ବାବା ସଚ୍ଚିଦାନନ୍ଦ ଦାସମହାରାଜଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପ୍ରତିଷ୍ଠାନର ମହାସଚିବ ରବୀନ୍ଦ୍ର ନାଥ ପ୍ରତିହାରୀ ପ୍ରଶିକ୍ଷଣର ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଗବେଷକ ଡ. ନରେଶ ଚନ୍ଦ୍ର ଦାଶ ଶ୍ରୀଜଗନ୍ନାଥଙ୍କ ଧ୍ୟାନ ଆବୃତ୍ତି କରିଥିଲେ। କାର୍ଯ୍ୟକାରୀ ସଭାପତି ମହନ୍ତ ରାମକୃଷ୍ଣ ଦାସ ମହାରାଜ କର୍ମଶାଳା ଏବଂ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ରୂପରେଖ ସମ୍ପର୍କରେ କହିଥିଲେ।
କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଭିଡିଓ ମାଧ୍ୟମରେ ଆଶୀର୍ବଚନ ପ୍ରଦାନ କରିଥିଲେ। ବାବା ସଚ୍ଚିଦାନନ୍ଦ ଦାସ ମହାରାଜ ଓ ବାବା ସତ୍ୟାନନ୍ଦ ଦାସ ବ୍ରହ୍ମଚାରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ତତ୍ତ୍ବ ଓ ମହିମା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ମହନ୍ତ ଡ. ରାମଚରଣ ଦାସ ଓ ପ୍ରଫେସର ପ୍ୟାରୀମୋହନ ପଟ୍ଟନାୟକ ସ୍କନ୍ଦ ପୁରାଣରେ ଶ୍ରୀଜଗନ୍ନାଥଙ୍କ ସମ୍ବନ୍ଧରେ ଆଲୋକପାତ କରିଥିଲେ। ପ୍ରତିଷ୍ଠାନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ସୁଦର୍ଶନ ନାୟକ ଏବଂ ସାଙ୍ଗଠନିକ ବ୍ୟବସ୍ଥା ଓ ସାଙ୍ଗଠନିକ ପରିଚାଳନା ସମ୍ବନ୍ଧରେ ଡା. କରୁଣାକର ପ୍ରଧାନ ଓ ରାଧେଶ୍ୟାମ ପଣ୍ଡା ବକ୍ତବ୍ୟ ରଖିଥିଲେ। ଡ. ଅସୀତ ମହାନ୍ତି ପ୍ରଚାର ଓ ପ୍ରସାର ଏବଂ ପ୍ରଫେସର ଡ. ଦିବାକର ମହାପାତ୍ର ସେବାପୂଜା ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଅନ୍ତିମ ପର୍ଯ୍ୟାୟରେ ପାରମ୍ପରିକ ଭଜନ ପରିବେଷଣ କରାଯାଇଥିଲା। ଏଥିରେ ଓଡ଼ିଶା ଏବଂ ବାହାରୁ ବହୁ ସଂଖ୍ୟକ କର୍ମକର୍ତ୍ତା ଓ ସଦସ୍ୟ ଅଂଶଗ୍ରହଣ କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri