ଶ୍ରୀଜୀଉଙ୍କ ସକାଳ ସାଢେ ୯ଟାରୁ ନୀତି ବନ୍ଦ: ହେଲାନି ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ପୁରୁଣା ଭୁବନେଶ୍ୱର, ୧।୩(ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ୨୦୧୫ରୁ ବନ୍ଦ ରହିଥିବା ହାଣ୍ଡିଭଙ୍ଗା ଯାତ୍ରା ଚଳିତବର୍ଷ ସମ୍ପାଦନ ପାଇଁ ପ୍ରଶାସନର ସମସ୍ତ ଚେଷ୍ଟା ବିଫଳ ହୋଇଛି। ପ୍ରତ୍ୟେକ ବର୍ଷ ମହାଶିବରାତ୍ରି ପରେ ପ୍ରଥମ ଶନିବାର ପାରମ୍ପରିକ ରୀତିନୀତି ଅନୁସାରେ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହିଦିନ ଶ୍ରୀଜୀଉମାନେ କପିଳେଶ୍ୱରସ୍ଥିତ ଶ୍ରୀକପିଳେଶ୍ୱର ମନ୍ଦିରକୁ ଯାତ୍ରା କରିଥାନ୍ତି। ମାତ୍ର କପିଳେଶ୍ୱର ମନ୍ଦିରରେ ମଲିଆ ଏବଂ ଖୁଣ୍ଟିଆ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଏହି ହାଣ୍ଡିଭଙ୍ଗା ଯାତ୍ରାରେ ବିଭ୍ରାଟ ସୃଷ୍ଟି ହୋଇଥିଲା। ଏହାକୁ ପୁଣି କାର୍ଯ୍ୟକାରୀ କରିବାକୁ ଦେବୋତ୍ତର ବିଭାଗ, ମନ୍ଦିର ପ୍ରଶାସନ, ସେବାୟତମାନେ ଚଳିତବର୍ଷ ଚେଷ୍ଟା ଚଳାଇଥିଲେ। ମାତ୍ର ପ୍ରଶାସନର ଚେଷ୍ଟା ସତ୍ତ୍ୱେ ହାଣ୍ଡିଭଙ୍ଗା ଯାତ୍ରା ହୋଇପାରିନାହିଁ।

ପୂର୍ବରୁ ସେବାୟତମାନେ ହାଣ୍ଡି ଭଙ୍ଗାଯାତ୍ରା ଯଦି ଚଳିତବର୍ଷ ନ ହେବ ତେବେ ନୀତିରେ ଅସହଯୋଗ କରାଯିବ ବୋଲି ମନ୍ଦିର ପ୍ରଶାସନକୁ ପତ୍ର ମାଧ୍ୟମରେ ଜଣାଇଥିଲେ। ସେହି ଅନୁଯାୟୀ, ଶନିବାର ସକାଳୁ ଠାକୁରଙ୍କ ସାଢେ ୬ଟାରୁ ମଙ୍ଗଳ ଆଳତି, ଅବକାଶ କରାଯାଇ ସାଢେ ୯ ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ ବଳବତ୍ତର ରହିଥିଲା। ମହାସ୍ନାନ ପରଠାରୁ ଠାକୁରଙ୍କ ନୀତି ବନ୍ଦ ହୋଇଥିଲା। ନୀତିରେ ଶୃଙ୍ଖଳା ଆଣିବାକୁ ଯାଇ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ଼ ପ୍ରମୁଖ ନିଯୋଗ ସେବାୟତଙ୍କୁ ଡକାଇ ଏକ ଜରୁରୀ ବୈଠକ ବସାଇଥିଲେ। ହେଲେ ଏହାର କୌଣସି ପ୍ରଭାବ ପଡ଼ି ନ ଥିଲା। କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରସନ୍ନ କୁମାର ଦାଶ କୁହନ୍ତି, ଚଳିତବର୍ଷ ୧୦ରୁ ୧୨ଦିନ ପୂର୍ବରୁ ହାଣ୍ଡିଭଙ୍ଗା ଯାତ୍ରା କାର୍ଯ୍ୟକାରୀ କରିବାକୁ ଦେବୋତ୍ତର ବିଭାଗ ୪ ଗୋଟି ବୈଠକ ଡକାଇ ଥିଲା। ହେଲେ କପିଳେଶ୍ୱର ମନ୍ଦିରର ନିଯୋଗ ଦ୍ୱୟଙ୍କ ମଧ୍ୟରେ ତାଳମେଳ ନ ଥିବାରୁ ଏହା ସମ୍ଭବ ହୋଇପାରିଲା ନାହିଁ। ରବିବାରଠାରୁ ଶ୍ରୀଲିଙ୍ଗରାଜଙ୍କ ବନ୍ଦ ଥିବା ନୀତି ସମ୍ପାଦନ ହେବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ ଦାଶ କହିଛନ୍ତି। ସୂଚନାଥାଉ କି ଏହି ଯାତ୍ରାପୁଣି ଆରମ୍ଭ କରିବାକୁ ବିଭିନ୍ନ ସାମାଜିକ ଅନୁଷ୍ଠାନ ମଧ୍ୟ ଶନିବାର ଧାରଣା ଦେଇଥିଲେ। ପ୍ରତ୍ୟେକ ବର୍ଷ ଠିକ ଶିବରାତ୍ରି ପରେ ଏହି ସମସ୍ତ ସ୍ବେଚ୍ଛାସେବୀ ଅନୁଷ୍ଠାନ, ସେବାୟତ, ପ୍ରଶାସନର ଯାତ୍ରାକୁ ସମ୍ପାଦନ ପାଇଁ ବିଭିନ୍ନ ପ୍ରତିବାଦ ଜଣାଇଥାନ୍ତି। କେହି ହେଲେ ବର୍ଷର ଅନ୍ୟଦିନରେ ଏଥିପ୍ରତି ଆନ୍ତରିକତା ଭାବେ ଚେଷ୍ଟା କରୁ ନ ଥିବାରୁ ଏଭଳି ଭାବେ ପ୍ରଶାସନ ଫେଲ ମାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri