ଶ୍ରୀଦେବୀଙ୍କ ମୃତ୍ୟୁ ଦୁର୍ଘଟଣା ନା ହତ୍ୟା: କେରଳ ଡିଜିପି ଦେଲେ ଚାଞ୍ଚଲ୍ୟକର ବୟାନ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଶ୍ରୀଦେବୀଙ୍କ ମୃତ୍ୟୁକୁ ବର୍ଷେ ପୂରିଗଲାଣି। ୨୪ ଫେବୃଆରୀ,୨୦୧୮ରେ ବାଥ୍‌ଟବ୍‌ରେ ବୁଡ଼ି ଶ୍ରୀଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ପରଲୋକରେ ପୂରା ବଲିଉଡ୍‌ ଜଗତରେ ଶୋକର ଛାୟା ଖେଳି ଯାଇଥିଲା। କିନ୍ତୁ ତାଙ୍କ ମୃତ୍ୟୁର ବର୍ଷକ ପରେ ଆଇପିଏସ୍‌ ଅଧିକାରୀ ତଥା କେରଳର ଡିଜିପି (ଜେଲ) ରିଶିରାଜ ସିଂହ ଏକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏହି ବୟାନ ପରେ ଉକ୍ତ ଘଟଣା ଏକ ନୂଆ ମୋଡ଼ ନେଇଛି। କେରଳର ଏକ ଖବରକାଗଜକୁ ସାକ୍ଷାତ୍‌କାର ଦେଇ ସେ କହିଛନ୍ତି, ଶ୍ରୀଙ୍କ ମୃତ୍ୟୁ ବାଥ୍‌ଟବ୍‌ରେ ହୋଇ ନ ଥିଲା, ବରଂ ତାଙ୍କୁ ହତ୍ୟା କରାଯାଇଥିଲା। ଶ୍ରୀଙ୍କ ମୃତହେହ ବ୍ୟବଚ୍ଛେଦ କରିଥିବା ଫରେନ୍‌ସିକ୍‌ ଏକ୍ସପର୍ଟ ଡାକ୍ତର ଉମାଦଥନ ରିଶିରାଜଙ୍କ ଘନିଷ୍ଠ ବନ୍ଧୁ। ଉମାଦଥନଙ୍କୁ ରିଶିରାଜ ଶ୍ରୀଙ୍କ ମୃତ୍ୟୁ ହତ୍ୟା ନା ଦୁର୍ଘଟଣା ବୋଲି ପଚାରିଥିଲେ। ଏହାର ଉତ୍ତରରେ ସେ କହିଥିଲେ, ତାଙ୍କର ମୃତ୍ୟୁ ହତ୍ୟା ଯୋଗୁ ହୋଇପାରେ। କାରଣ ଜଣେ ବ୍ୟକ୍ତି ଯେତେ ନିଶାସକ୍ତ ହେଲେ ବି ୧ ଫୁଟ ପାଣିରେ ମୃତ୍ୟୁବରଣ କରିପାରିବ ନାହିଁ। ଯଦି କେହି ତାଙ୍କର ଦୁଇ ଗୋଡ଼କୁ ଉପରକୁ ଟେକି ଧରି ମୁଣ୍ଡକୁ ପାଣିରେ ବୁଡ଼ାଇବ, ତେବେ ଯାଇ ତାଙ୍କର ମୃତ୍ୟୁ ସମ୍ଭବ ବୋଲି ଉମାଦଥନ କହିଥିଲେ। ତେବେ ବ୍ୟବଚ୍ଛେଦ ରିପୋର୍ଟରେ ଶ୍ରୀଙ୍କ ମୃତ୍ୟୁ ନିଶାସକ୍ତ ଅବସ୍ଥାରେ ବାଥ୍‌ଟବ୍‌ରେ ପଡ଼ିବାରୁ ହୋଇଥିବା ନେଇ ଦର୍ଶାଯାଇଥିଲା। ସେହି ସମୟରେ ଏହାକୁ ଦୁର୍ଘଟଣା ବୋଲି ମାନି ନିଆ ଯାଇଥିଲା। ସୂଚନାଯୋଗ୍ୟ, ୨୦୧୮ ଫେବୃଆରୀରେ ଦୁବାଇକୁ ସେ ଏକ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇଥିବା ବେଳେ ହଠାତ୍‌ ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ

ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍‌ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି...

ମନର ଯନ୍ତ୍ରଣା ବଖାଣିଲେ କରିନା

ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ...

ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍‌

ବଲିଉଡର ପାଓ୍ବାରଫୁଲ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ...

ଅନୁଷ୍କାଙ୍କ ସ୍ମାଇଲ୍‌

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା କିଛିଦିନର ବ୍ୟବଧାନ ପରେ ପୁଣି ଇନ୍‌ଷ୍ଟାଗ୍ରାମକୁ ଫେରିଛନ୍ତି। ଏହି ଅଭିନେତ୍ରୀ ବର୍ତ୍ତମାନ ଲଣ୍ଡନରେ ଥାଇ ନବଜାତ ପୁତ୍ର ଅକାୟଙ୍କ ଯତ୍ନ...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

ମୁନାୱାର ଫାରୁକିଙ୍କୁ ଅଟକ ରଖିଲା ପୋଲିସ

ମୁମ୍ବାଇ: ‘ବିଗ୍‌ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି । ବାସ୍ତବରେ ମୁନାୱାର ଫାରୁକିଙ୍କୁ...

ବିଦେଶି ବୟଫ୍ରେଣ୍ଡଙ୍କୁ ବିବାହ କଲେ ତାପସି? ଅନୁରାଗ କାଶ୍ୟପ ଅତିଥି!

ମୁମ୍ବାଇ: ଲଙ୍ଗ ଟାଇମ ବୟଫ୍ରେଣ୍ଡ ମୈଥିୟାସ ବୋଙ୍କ ସହ ବଲିଉଡ ଅଭିନେତ୍ରୀ ତାପସି ପନ୍ନୁଙ୍କ ବିବାହ ଖବର ଏବେ ହେଡଲାଇନରେ ରହିଛି। ଗତ ଦଶ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri