ଶ୍ରୀନଅର ସମ୍ମୁଖରେ ଲକ୍ଷ୍ମୀ ନାରାୟଣଙ୍କୁ ଭେଟ କରାଇଲେ ଗଜପତି ମହାରାଜା

ପୁରୀ ଅଫିସ,୧୩।୭: ନବଦିନାତ୍ମକ ଯାତ୍ରା ସାରି ଭାଇ ଭଉଣୀଙ୍କୁ ସାଥୀରେ ଧରି ଜନ୍ମବେଦୀରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଥିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେପଟେ ଶ୍ରୀମନ୍ଦିର ଚାହାଣି ମଣ୍ଡପରେ ରହି ସ୍ବାମୀଙ୍କ ଫେରିବା ବାଟକୁ ଚାହିଁ ରହିଥିଲେ ମା’ ଲକ୍ଷ୍ମୀ ଠାକୁରାଣୀ। ଏହି ସମୟରେ ସିଂହଦ୍ୱାରରେ ରଥରେ ଥିଲେ ଦେଡଶୁର ବଡ଼ଠାକୁର। ତେଣୁ ତାଳଧ୍ୱଜ ରଥରେ ଘେର କନା ଦିଆଯିବା ପରେ ପାଲଙ୍କିରେ ଲକ୍ଷ୍ମୀ ଠାକୁରାଣୀ ସିଂହଦ୍ୱାର ଦେଇ ଶ୍ରୀନଅର ନିକଟକୁ ଆସିଥିଲେ। ନନ୍ଦିଘୋଷ ରଥ ଆସି ଶ୍ରୀନଅର ସମ୍ମୁଖରେ ଅଟକିଥିଲା। ଗଜପତି ମହାରାଜା ଦିବ୍ୟସିଂହ ଦେବ ମହାଲକ୍ଷ୍ମୀ(ଶ୍ରଦେବୀ)ଙ୍କୁ ହାତରେ ବିଜେ କରାଇ ଆଣି ରଥାରୂଢ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସହିତ ଭେଟ କରାଇଥିଲେ। ପତି ମହାପାତ୍ର ଶ୍ରୀଜଗନ୍ନାଥଙ୍କ ଆଜ୍ଞାମାଳ ଆଣି ଲକ୍ଷ୍ମୀ ଠାକୁରାଣୀଙ୍କୁ ପ୍ରଦାନ କରିଥିଲେ। ଏହାପରେ ପାଲିଙ୍କି ସହ ଗଜପତି ରଥକୁ ପରିକ୍ରମା କରି ରଥ ବାମ ପାର୍ଶ୍ୱରେ ପାରମ୍ପରିକ ରୀତିରେ ବନ୍ଦାପନା କରିଥିଲେ। ପରେ ଶ୍ରୀନଅର ସମ୍ମୁଖରେ ପନ୍ତୀ ଭୋଗ ସମ୍ପନ୍ନ ହୋଇଥିଲା। ଲକ୍ଷ୍ମୀ ଠାକୁରାଣୀ ପାଲିଙ୍କିରେ ବିଜେ ହୋଇ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଏହାପରେ ନନ୍ଦିଘୋଷ ରଥ ଗଡିଥିଲା ସିଂହଦ୍ୱାର ଅଭିମୁଖେ। ସୂଚନାଯୋଗ୍ୟ, ବଡ଼ଦାଣ୍ଡରେ ଶ୍ରୀନଅର ସମ୍ମୁଖରେ ହେଉଥିବା ଏହି ନୀତିକୁ ଲକ୍ଷ୍ମୀ ନାରାୟଣ ଭେଟ କୁହାଯାଏ। ଏହାକୁ ଦେଖିବା ଲାଗି ଶ୍ରୀନଅର ସମ୍ମୁଖରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri