Posted inଜାତୀୟ

ଶ୍ରୀନଗରରେ ମୁତୟନ ୨ ମହିଳା ଅଫିସର ଏବେ ଚର୍ଚ୍ଚାରେ

ଶ୍ରୀନଗର,୧୩।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବା ପରେ ଘାଟିର ବହୁ ଅଞ୍ଚଳରେ ଏବେ ବି ୧୪୪ ଧାରା ଜାରି ରହିଛି। ହେଲେ ଏହା ଭିତରେ ଦୁଇ ମହିଳା ଅଧିକାରୀ ଲୋକଙ୍କ ସାହାଭରସା ପାଲଟି ଚର୍ଚ୍ଚାରେ ରହିଛନ୍ତି। ୨୦୧୩ ବ୍ୟାଚର ଆଇଏଏସ ଅଫିସର ଡ. ସଇଦ ସହରିଶ ଅସଗର ଓ ୨୦୧୬ ବ୍ୟାଚର ଆଇପିଏସ୍‌ ଅଫିସର ପିକେ ନିତ୍ୟଙ୍କୁ ଜମ୍ମୁ-କଶ୍ମୀରରେ ମୁତୟନ କରାଯାଇଛି। ଅଫିସର ସଇଦ ସେଠାକାର ଲୋକଙ୍କୁ ହଜାର କିଲୋମିଟର ଦୂରରେ ଥିବା ସେମାନଙ୍କ ସମ୍ପର୍କୀୟଙ୍କ ସହ ଫୋନରେ କଥାବାର୍ତ୍ତା ହେବା ପାଇଁ ସାହାଯ୍ୟ କରିଛନ୍ତି। ଏଥିସହ ସେ ସେମାନଙ୍କୁ ଡାକ୍ତରୀ ଚିକିତ୍ସା ମଧ୍ୟ ଯୋଗାଇ ଦେଉଛନ୍ତି। ଜମ୍ମୁ-କଶ୍ମୀରରେ ପ୍ରଶାସନ ତାଙ୍କୁ ସୂଚନା ନିର୍ଦ୍ଦେଶକ ଭାବେ ନିୟୋଜିତ କରିଥିଲେ। ସରକାରଙ୍କ ଯୋଜନା ସମ୍ପର୍କରେ ସମସ୍ତଙ୍କୁ ଅବଗତ କରାଇବା ତାଙ୍କର ମୁଖ୍ୟ କାମ ରହିଥିବା ବେଳେ ଗତ ୮ ଦିନ ହେଲା ସେ ଲୋକଙ୍କ ସମସ୍ୟା ବୁଝୁଛନ୍ତି। ସେହିପରି ଆଇପିଏସ୍‌ ଅଫିସର ନିତ୍ୟଙ୍କୁ ଶ୍ରୀନଗରର ରାମ ମୁନ୍ସୀ ବାଗ ଓ ଦାଗଜୀ ମଧ୍ୟରେ ନିୟୋଜିତ କରାଯାଇଛି, ଯେଉଁଠି ସେ ଭିଭିଆଇପିଙ୍କ ସୁରକ୍ଷା କାର୍ଯ୍ୟରେ ରହିଛନ୍ତି। ଅସଗର ଓ ନିତ୍ୟ ଏଭଳି ଦୁଇ ମହିଳା ଅଧିକାରୀ, ଯାହାଙ୍କୁ ଘାଟିର ସମ୍ବେଦନଶୀଳ ସ୍ଥାନରେ ମୁତୟନ କରାଯାଇଛି। ଆଉ ଅନ୍ୟ ମହିଳା ଅଧିକାରୀଙ୍କୁ ଲଦାଖକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ପୁରୀରେ ପୁଣି ହତ୍ୟାକାଣ୍ଡ

ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri