Posted inଖେଳ

ଶ୍ରୀନିବାସନଙ୍କ ଝିଅ ହୋଇପାରନ୍ତି ଟିଏନ୍‌ସିଏ ମୁଖ୍ୟ

ଚେନ୍ନାଇ,୨୧।୯: ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ)ରେ ନିର୍ବାଚନ ଲାଗି ସୁପ୍ରିମକୋର୍ଟ ପଥ ପରିଷ୍କାର କରିଛନ୍ତି। ହେଲେ ଏଥର ମଧ୍ୟ ଟିଏନ୍‌ସିଏ ଏନ୍‌. ଶ୍ରୀନିବାସନଙ୍କ ନିୟନ୍ତ୍ରଣରେ ରହିବା ଏକପ୍ରକାର ନିଶ୍ଚିତ। କ୍ଲବ ପ୍ରତିନିଧିମାନେ ଶ୍ରୀନିବାସଙ୍କ ଝିଅ ରୂପା ଗୁରୁନାଥଙ୍କ ସପକ୍ଷରେ ରହିଛନ୍ତି। ଯଦି ରୂପା ଟିଏନ୍‌ସିଏର ନୂଆ ସଭାପତି ହୁଅନ୍ତି, ତେବେ ସେ ବିସିସିଆଇର ପ୍ରଥମ ରାଜ୍ୟ ଶାଖାର ମହିଳା ସଭାପତି ହେବେ। ରୂପାଙ୍କୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡ଼ି ନ ପାରେ। କୌଣସି ପକ୍ଷରୁ ଅନ୍ୟ ନାମ ସୁପାରିସ ହୋଇନାହିଁ। ମିଳିଥିବା ସୂଚନା ମୁତାବକ, ଟିଏନ୍‌ସିଏ କର୍ମକର୍ତ୍ତା ଓ କ୍ଲବମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରୂପାଙ୍କ ନାମକୁ ସଭାପତି ପାଇଁ ସୁପାରିସ କରି ଶ୍ରୀନିବାସଙ୍କ ରାଜୁତି ଜାରି ରଖିବା ଲାଗି ନିଷ୍ପତ୍ତି ହୋଇଛି। ତେବେ ରୂପା ଇଣ୍ଡିଆ ସିମେଣ୍ଟର ଡାଇରେକ୍ଟର ଭାବେ କାର୍ଯ୍ୟ କରିଛନ୍ତି। କ୍ରିକେଟ ପ୍ରଶାସନିକ କାର୍ଯ୍ୟରେ ସେ ସମ୍ପୂର୍ଣ୍ଣ ନୂଆ। ସୋମବାର ରୂପାଙ୍କ ନାମ ଘୋଷଣା ହୋଇପାରେ। ଯଦି ସବୁ କିଛି ଯୋଜନା ଅନୁଯାୟୀ ଘଟିଲା, ସେ ମଙ୍ଗଳବାର ନାମାଙ୍କନ ଦାଖଲ କରିବେ। ରୂପାଙ୍କ ସ୍ବାମୀ ତଥା ସିଏସ୍‌କେ ମାଲିକ ଗୁରୁନାଥ ମେୟାପ୍ପାନଙ୍କ ବିରୋଧରେ ସ୍ପଟ୍‌ ଫିକ୍ସିଂ ଅଭିଯୋଗ ଆସିବା ପରଠାରୁ କ୍ରିକେଟ ପ୍ରଶାସନିକ କାର୍ଯ୍ୟରୁ ଦୂରେଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri