Posted inରାଜ୍ୟ

ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା ଅଫିସ,୧୮।୬: କେନ୍ଦ୍ରାପଡା ଜିଲା ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କୁ ସୋମବାର ସ୍ନାନ ମଣ୍ଡପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦର୍ଶନ କରିଛନ୍ତି। ଶ୍ରୀଜୀଉଙ୍କ ଦର୍ଶନ ପରେ ମନ୍ଦିରର ଉନ୍ନତୀକରଣ ପାଇଁ ସେ ୨ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁର କରିଥିବା ପ୍ରକାଶ କରିଛନ୍ତି ା
ଅପରାହ୍ନ ୫ଟା୮ରେ ସହରର ଇଚ୍ଛାପୁରସ୍ଥିତ ମାଉସୀମା ମନ୍ଦିର ନିକଟରେ ସେ ହେଲିକପ୍ଟରରୁ ଓହ୍ଲାଇଥିଲେ। ସେଠାରୁ ମନ୍ଦିର ଯାଇ ସ୍ନାନମଣ୍ଡପରେ ଶ୍ରୀଜୀଉଙ୍କ ଗଜବଦନ ବେଶ ଦର୍ଶନ କରିିଥିଲେ ା ପରେ ମନ୍ଦିର ବାହାରକୁ ଆସି ଗଣମାଧ୍ୟମକୁ ପ୍ରକାଶ କରି କହିଥିଲେ, ମନ୍ଦିର ମଧ୍ୟରେ ଥିବା ଝୁଲଣ ମଣ୍ଡପର ପୁନରୁଦ୍ଧାର, ସାନ୍ତସାହିଠାରେ ଶ୍ରୀ ବଳଦେବଜୀଉ କଲ୍ୟାଣମଣ୍ଡପ, ମନ୍ଦିରର ଉତ୍ତର ପାର୍ଶ୍ୱରେ ପ୍ରାଚୀର ନିର୍ମାଣ, ବିବାହ ମଣ୍ଡପ ନିକଟରେ ଶୌଚାଳୟ ନିର୍ମାଣ, ଗଭୀର ନଳକୂପ ଏବଂ ଓଭରହେଡ ଟ୍ୟାଙ୍କ ଜରିଆରେ ୨୪ ଘଣ୍ଟିଆ ଜଳ ଯୋଗାଣ ଆଦି ପ୍ରକଳ୍ପ କାର୍ଯ୍ୟ ହେବ ା ଏହାପରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଭୁବନେଶ୍ୱର ଫେରି ଯାଇଥିଲେ। ତାଙ୍କର ଏହି ଗସ୍ତ ସମୟରେ ଏମପି ଅନୁଭବ ମହାନ୍ତି, ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ, କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା, ରାଜନଗର ବିଧାୟକ ଧ୍ରୁବଚରଣ ସାହୁ, ଆଳି ବିଧାୟକ ପ୍ରତାପ କେଶରୀ ଦେବଙ୍କ ସମେତ ବହୁ ବିଧାୟକ ଓ ମନ୍ତ୍ରୀ ସାମିଲ ହୋଇଥିଲେ ା ତାଙ୍କର ଏହି ଗସ୍ତ ସମୟରେ କେନ୍ଦ୍ରାପଡା, ପାଟକୁରା ଓ ମହାକାଳପଡାର ୫ ହଜାରରୁ ଊର୍ଦ୍ଧ୍ୱ ଲୋକ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri