Inside pictures of Puri Jagannath Temple go viral again
ପୁରୀ ଅଫିସ, ୬।୮: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ ହୋଇଛି। ଏହି ନୀତି ଅପରାହ୍ନ ୪ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ୧୦ଟା ପର୍ଯ୍ୟନ୍ତ ଚାଲିଥିଲା। ଏଥିଯୋଗୁ ପ୍ରାୟ ୩ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଖସାପଡ଼ା ନୀତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହୋଇ ସନ୍ଧ୍ୟା ପ୍ରାୟ ୭ଟା ବେଳକୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା। ଖସାପଡ଼ା ହେଉଛି ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ପୂର୍ବଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଗାରଦରେ ଜମା ଦେଇଥାନ୍ତି। ଶୁଦ୍ଧସୁଆର ଖଳି, କଇଁଥ ଅଠା ଯୋଗାଇଥାନ୍ତି। ମଧ୍ୟାହ୍ନ ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ ହୁଏ । ବେହେରଣ ଦ୍ୱାର ଦେଇ ଦଇତାପତିମାନେ ଗର୍ଭଗୃହକୁ ଯାଇ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପନ୍ନ କରିଥାନ୍ତି। ଧଳାକନା, ଖଳି ଓ କଇଁଥ ଅଠାକୁ ବ୍ୟବହାର କରି ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସଜାଇଥାନ୍ତି।