ଶ୍ରୀମନ୍ଦିରରେ ଚମ୍ପକ ଦ୍ୱାଦଶୀ ନୀତି

ପୁରୀ ଅଫିସ, ୧୫ା୬: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ଚମ୍ପକ ଦ୍ୱାଦଶୀ ନୀତି ଅର୍ଥାତ ବରକନ୍ୟାଙ୍କ ଗୁଆଲି ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ଶୁକ୍ଳପକ୍ଷ ଦ୍ୱାଦଶୀକୁ ଚମ୍ପକ ଦ୍ୱାଦଶୀ କୁହାଯାଏ। ସକାଳ ଧୂପ ଏବଂ ଭୋଗମଣ୍ଡପ ନୀତି ବଢ଼ିବା ପରେ ମହାପ୍ରଭୁଙ୍କ ଆଲଟ ଲାଗି ହୋଇଥିଲା। ଏହାପରେ ୩ ବାଡ଼ରେ ମହାସ୍ନାନ ହୋଇ ନୂଆ ଲୁଗା ଲାଗି ହୋଇଥିଲା। ଘଟୁଆରୀ ଘରଠାରୁ ପୂଜାପଣ୍ଡା, ପତି ମହାପାତ୍ର, ମୁଦିରସ୍ତ ଚନ୍ଦନ ବିଜେ କରାଇ ଆଣି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସର୍ବାଙ୍ଗ ଲାଗି କରାଇବା ପରେ ବେଶ ବଢ଼ିଥିଲା। ମଧ୍ୟାହ୍ନ ଧୂପ ସରି ପାଣି ପଡ଼ିଲା ପରେ ମଦମୋହନ ଓ ଶ୍ରୀଦେବୀ (ରୁକ୍ମିଣୀ) ବରକନ୍ୟା ଭିତରକୁ ବିଜେ ହୋଇଥିଲେ। ସେଠାରେ ବନ୍ଦାପନା ହୋଇଥିଲା। ବରକନ୍ୟା ଆଜ୍ଞାମାଳ ପାଇ ଝୁଲଣମଣ୍ଡପ ତଳେ ଥିବା ପାଲିଙ୍କିକୁ ବିଜେ କରିଥିଲେ। ବିମାନବଡ଼ୁମାନେ ବରକନ୍ୟାଙ୍କୁ ପାଲିଙ୍କିରେ ବଡ଼ଦେଉଳ ଚତୁଃପାର୍ଶ୍ୱରେ ଘେରାଏ ବୁଲାଇ ସିଂହଦ୍ୱାର ଦେଇ ଶ୍ରୀନଅରକୁ ବିଜେ କରାଇଥିଲେ। ଶ୍ରୀନଅରରେ ନୀତି ସମ୍ପନ୍ନ ହେବା ପରେ ମହାଜନ ସେବକ ବରକନ୍ୟାଙ୍କୁ ପାଲିଙ୍କିରେ ବିଜେ କରାଇଥିଲେ। ବିମାନ ବଡୁମାନେ ପାଲିଙ୍କି କାନ୍ଧେଇ ଜମ୍ବେଶ୍ୱରଙ୍କ ମନ୍ଦିରକୁ ନେଇଥିଲେ। ସେଠାରେ ପଞ୍ଚୁଗ୍ରାସୀ ନୀତି ଭୋଗ ଏବଂ ବନ୍ଦାପନା ହୋଇଥିଲା। ଏହାପରେ ବରକନ୍ୟା ଶ୍ରୀମନ୍ଦିରକୁ ବାହୁଡ଼ା ବିଜେ କରିଥିଲେ। ସୂଚନାଥାଉ କି, ଏହି ଚମ୍ପକ ଦ୍ୱାଦଶୀ ନୀତି ରୁକ୍ମିଣୀ ବିବାହ ପରଦିନ ଅନୁଷ୍ଠିତ ହୋଇଥାଏ। ଗୁରୁବାର ଶ୍ରୀମନ୍ଦିରରେ ରୁକ୍ମିଣୀ ବିବାହ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?