ଶ୍ରୀମନ୍ଦିରରେ ଦେବଦୀପାବଳି

ପଣ୍ଡିତ ରାମକୃଷ୍ଣ ମିଶ୍ର
ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀରୁ ଶୁକ୍ଳ ପ୍ରତିପଦ ଯାଏ ତିନିଦିନ ଦେବତାମାନଙ୍କର ଦୀପାବଳି ବା ଦୀପଦାନ ଉତ୍ସବ ପାଳିତ ହୁଏ। ଏହି ସମୟରେ ଓଡ଼ିଶାର ମନ୍ଦିରଗୁଡିକୁ ଆଲୋକମାଳାରେ ସଜାଯାଏ। ପୁରୀ ଶ୍ରୀମନ୍ଦିର ଓ ଭୁବନେଶ୍ୱର ଶ୍ରୀଲିଙ୍ଗରାଜ ମନ୍ଦିରରେ ଏହା ବିଶେଷ ଭାବରେ ପାଳିତ ହୋଇଥାଏ। କିନ୍ତୁ ଶ୍ରୀମନ୍ଦିରରେ ଏହି ଦୀପାବଳି ଉତ୍ସବ ଶ୍ରୀଜଗନ୍ନାଥଙ୍କ ପିତୃଶ୍ରାଦ୍ଧ ପରମ୍ପରା ଭାବେ ଏକ ସ୍ବତନ୍ତ୍ର ନୀତିରେ ପାଳିତ ହୁଏ। ଶ୍ରୀଜୀଉମାନେ ତିନିଦିନ ଲୁଗା ଓ ଚାଦର ପରିଧାନ କରି ଶ୍ରାଦ୍ଧବେଶରେ ସଜ୍ଜିତ ହୋଇ ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିଥାନ୍ତି।
ତିନି ଠାକୁରଙ୍କ ଶ୍ରାଦ୍ଧ ସମୟର ବସ୍ତ୍ରକୁ କାଶୀଧଡ଼ିଆ ବସ୍ତ୍ର କୁହାଯାଏ। ଶ୍ରୀଜଗନ୍ନାଥଙ୍କର ଶ୍ୱେତ ପାଟବସ୍ତ୍ରର ଲମ୍ବ ୧୬-୧୮ ହାତ, ଚଉଡ଼ା ୫ ହାତ ଓ ଲାଲ ରଙ୍ଗ ଧଡ଼ିର ଓସାର ୧ଫୁଟ। ସେହିଭଳି ବଳଭଦ୍ରଙ୍କର ଶ୍ୱେତ ପାଟବସ୍ତ୍ରର ଲମ୍ବ ୧୪ ହାତ, ଚଉଡ଼ା ୪ ହାତ ଓ କଳାବର୍ଣ୍ଣ ଧଡ଼ିର ଓସାର ୧ ଫୁଟ। ଦେବୀ ସୁଭଦ୍ରାଙ୍କର ପାଟବସ୍ତ୍ରର ଲମ୍ବ ୧୨ ହାତ, ଚଉଡ଼ା ୩ ଫୁଟ ୬ ଇଞ୍ଚ ଓ ହଳଦିଆ ରଙ୍ଗ ଧଡ଼ିର ଓସାର ୧ ଫୁଟ। ଏସବୁ ବସ୍ତ୍ର ସହିତ ଶ୍ରୀଜୀଉମାନଙ୍କୁ ଚାଦରରେ ମଣ୍ଡନ କରାଯାଇ ଶିରରେ ଶ୍ରୀକପଡ଼ା ନାମକ ସ୍ବତନ୍ତ୍ର ବସ୍ତ୍ରରେ ଶୋଭିତ କରାଯାଏ। ପୁଷ୍ପାଳକ ସେବକମାନେ ଶ୍ରୀଜୀଉମାନଙ୍କୁ ଚିତ୍ତାକର୍ଷକ ଶ୍ରାଦ୍ଧବେଶରେ ସଜ୍ଜିତ କରିଥାନ୍ତି। ଏହି ବେଶରେ ଠାକୁରମାନେ ନଳିଭୁଜ, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ତଡ଼ଗି, ହରିଡ଼ାମାଳି ଓ ଅଣ୍ଟାକମରପଟି ପ୍ରଭୃତି ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି।
ଶ୍ରୀମନ୍ଦିରରେ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀରେ ପ୍ରଭୁ ବାମନ ରୂପରେ ଦେବ ପିତାମାତା ସତ୍ୟଯୁଗର କଶ୍ୟପ ଋଷି ଓ ଅଦିତିଙ୍କ ପ୍ରତି ପିଣ୍ଡ ଓ ଦୀପୋତ୍ସର୍ଗ କରନ୍ତି। ଅମାବାସ୍ୟା ତିଥିରେ ପ୍ରଭୁ ଶ୍ରୀରାମଚନ୍ଦ୍ର ରୂପରେ ତ୍ରେତୟା ଯୁଗର ପିତା ଦଶରଥ ଓ କୌଶଲ୍ୟା ମାତାଙ୍କୁ ପିଣ୍ଡ ଓ ଦୀପଦାନ କରନ୍ତି। ମାର୍ଗଶିର ଶୁକ୍ଳ ପ୍ରତିପଦ ତିଥିରେ ପ୍ରଭୁ ଶ୍ରୀକୃଷ୍ଣ ରୂପରେ ଦ୍ୱାପର ଯୁଗର ପିତା ବସୁଦେବ ଓ ମାତା ଦେବକୀଙ୍କୁ ଏବଂ ନନ୍ଦ ଓ ଯଶୋଦାଙ୍କୁ ପିଣ୍ଡ ଓ ଦୀପଦାନ କରନ୍ତି।
ସୂର୍ଯ୍ୟବଂଶର ବିଷ୍ଣୁଭକ୍ତ ଗଜପତି ମହାରାଜା ଇନ୍ଦ୍ରଦ୍ୟୁମ୍ନ ବିଷ୍ଣୁଙ୍କ ଦର୍ଶନ ପାଇଁ କାମନା କରିଥିଲେ। ସେ ପାଞ୍ଚଶହ ବର୍ଷ ମଧ୍ୟରେ ପ୍ରଭୁଙ୍କ ଆଜ୍ଞାରେ ଏକହଜାର ଅଶ୍ୱମେଧ ଯଜ୍ଞ କରି ଶ୍ରୀନୀଳମାଧବଙ୍କୁ ଦାରୁରୂପେ ପ୍ରାପ୍ତ ହୋଇଥିଲେ। ପ୍ରଭୁଙ୍କ ଆଜ୍ଞାରେ ବାଙ୍କୀ ମୁହାଣଠାରେ ଭାସୁଥିବା ଦାରୁ ଆଣି ମୂର୍ତ୍ତି ଗଠନ କଲେ। ଗୁଣ୍ଡିଚା ମନ୍ଦିରରେ ବ୍ରହ୍ମାଙ୍କ ଆଜ୍ଞାରେ ଯଜ୍ଞ କରାଇଥିଲେ। ଏକହଜାର ହାତ ଉଚ୍ଚରେ ବଡଦେଉଳ କରାଇଥିଲେ ବୋଲି କିମ୍ବଦନ୍ତୀ ରହିଛି, ଯାହା କି ବର୍ତ୍ତମାନ ଲୁପ୍ତ। ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରା ତିନିମୂର୍ତ୍ତି ସ୍ଥାପନ କରି ବ୍ରହ୍ମାଙ୍କ ଦ୍ୱାରା ପ୍ରତିଷ୍ଠା କରାଇଥିତ୍ଲେ। ପ୍ରଭୁ ଶ୍ରୀନୀଳମାଧବ ଆୟୁଧ ଶ୍ରୀସୁଦର୍ଶନଙ୍କ ସହିତ ଚତୁର୍ଦ୍ଧାମୂର୍ତ୍ତି ରୂପେ ପୂଜା ପାଇଲେ। ବରଦାନରେ ସେ ନିଜେ ବଂଶହୀନ ହେବା ପାଇଁ ପ୍ରଭୁଙ୍କୁ ପ୍ରାର୍ଥନା କରିଥିଲେ। ଯାହାଦ୍ୱାରା ପ୍ରଭୁଙ୍କ କୀର୍ତ୍ତି ପାଇଁ ତାଙ୍କ ପରେ କେହି ଅହଙ୍କାର କରିବେ ନାହିଁ। ତେଣୁ ଏହି ଦୀପାବଳିରେ ମାର୍ଗଶିର ଶୁକ୍ଳ ପ୍ରତିପଦ ତିଥିରେ ପ୍ରଭୁ ଶୁଭ୍ରବସ୍ତ୍ର ଓ ଚାଦର ପରିଧାନ କରି ପିତାମାତା ଭାବେ ରାଜା ଇନ୍ଦ୍ରଦ୍ୟୁମ୍ନ ଓ ରାଣୀ ଗୁଣ୍ଡିଚାଙ୍କୁ ପିଣ୍ଡ ଓ ଦୀପଦାନ କରନ୍ତି।
ଏପରି ଭକ୍ତ ଓ ଭଗବାନଙ୍କ ସମ୍ପର୍କ ବିରଳ। ଏହି ଦିନମାନଙ୍କରେ ପ୍ରଭୁଙ୍କର ଶ୍ରାଦ୍ଧବେଶ ଓ ଶ୍ରୀମନ୍ଦିରର ଆଲୋକସଜ୍ଜା ଅତ୍ୟନ୍ତ ମନୋମୋହକର ହୋଇଥାଏ। ବିଧି ଅନୁସାରେ ଚୂନରା ସେବକ ମହାଦୀପ ଧରି ଶ୍ରୀମନ୍ଦିରକୁ ଦୀପରେ ସଜ୍ଜିତ କରିଥାନ୍ତି। ଶ୍ରୀମନ୍ଦିରର ଗୁମୁଟି, ରାଜନଅର ଓ ଶ୍ରୀମନ୍ଦିର କାର୍ଯ୍ୟାଳୟକୁ ଆଲୋକମାଳାରେ ସଜାଯାଏ। ପିତୃଶ୍ରାଦ୍ଧ ଓ ଦୀପଦାନ ପରେ ଚୂନରା ସେବକ ଶ୍ରୀମନ୍ଦିରର ତିନିଦେଉଳ ଉପରେ ମହାଦୀପ ଜାଳି ଗଜପତିଙ୍କୁ ମହାପ୍ରଭୁଙ୍କ ଆଶୀର୍ବାଦ ଦିଅନ୍ତି।
ଚତୁର୍ଦ୍ଦଶୀ ଦିନ ସନ୍ଧ୍ୟାଧୂପ ଓ ଧୋପଖାଳ ପରେ ରତ୍ନସିଂହାସନ ତଳେ ଭଣ୍ଡାରମେକାପ ଚାଉଳରେ ଗୋଟିଏ ଗଛ ନିର୍ମାଣ କରନ୍ତି। ପାଳିଆ ମେକାପ ବଇଠାମାନଙ୍କରେ ଘୃତ ପୂର୍ଣ୍ଣକରି ଚାଉଳଗଛରେ ବତି ବସାନ୍ତି। ସମୁଦାୟ ୨୮ଟି ବତି ବସାଯାଏ। ତନ୍ମଧ୍ୟରୁ ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ନିମନ୍ତେ ୯ଟି କରି ୧୮ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନିମନ୍ତେ ୧୦ଟି ଦୀପ ବସାଯାଇଥାଏ। ପୂଜାପଣ୍ଡା, ପତିମହାପାତ୍ର ଓ ମୁଦିରସ୍ତ ସେବକମାନେ ସିଂହାସନ ଉପରକୁ ଉଠି ତିନିବାଡ଼ରେ ବନ୍ଦାପନା କରନ୍ତି। ତା’ପରେ ତିନିଗୋଟି ମହାଦୀପରେ ବନ୍ଦାପନା କରାଯାଏ। ଅମାବାସ୍ୟା ଦିନ ଠିକ୍‌ ପୂର୍ବୋକ୍ତ ରୀତିରେ ନୀତି ପାଳିତ ହୋଇଥାଏ। କିନ୍ତୁ ପ୍ରତିପଦା ଦିନ ପାଣି ପଡ଼ି ଚାଉଳଗଛ ହେବା ପରେ ମଦନମୋହନ ଭିତର ସିଂହାସନକୁ ବିଜେ କରନ୍ତି। ଏଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ପିତୃଶ୍ରାଦ୍ଧ ପରମ୍ପରା ଏକ ଗୁପ୍ତସେବା ହୋଇଥିବାରୁ ସାଧାରଣ ଭକ୍ତଙ୍କ ଦର୍ଶନ ହୁଏନାହିଁ।
ଭିଏସ୍‌ଏସ୍‌ ନଗର, ମୋ-୮୮୯୫୦୪୪୪୫୫


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ବାଂଲାଦେଶ ପରେ ବର୍ମା

ପ୍ରାୟ ଦେଢ଼ ବର୍ଷ ପରେ ପୁଣି ବାଂଲାଦେଶ ଅଶାନ୍ତ ହୋଇପଡ଼ିଛି। ଏବର ଅସ୍ବାଭାବିକ ସ୍ଥିତି ସେଠାକାର ଉଗ୍ର ଯୁବ ନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ଅଚିହ୍ନା...

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri