ଶ୍ରୀମନ୍ଦିରରେ ନୂଆବର୍ଷ ପ୍ରସ୍ତୁତି: ଆଜି ରାତି ସାଢେ ୧୦ ସୁଦ୍ଧା ପହୁଡ଼, ୧ଟାରେ ଦ୍ୱାରଫିଟା

ପୁରୀ ଅଫିସ,୩୧ା୧୨: ଆସୁଛି ନୂଆବର୍ଷ । ପୁରୁଣା ବର୍ଷକୁ ବିଦାୟ ଏବଂ ନୂଆବର୍ଷକୁ ସ୍ବାଗତ କରିବା ଲାଗି ପ୍ରସ୍ତୁତ ହୋଇଯାଇଛି ପୁରୀ ସହର। ଏଥିପାଇଁ ହୋଟେଲ, ଲଜ୍‌, ରେସ୍ତୋରାଁ, ହଲିଡେ ହୋମ୍‌ଗୁଡିକରେ ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ଜିରୋ ନାଇଟ୍‌ ସେଲିବ୍ରେଶନକୁ ସମସ୍ତଙ୍କ ଅପେକ୍ଷା। ୩୧ ତାରିଖ ରାତି ୧୨ଟାରେ ମନାଇବେ ଜିରୋ ନାଇଟ୍‌ ସେଲିବ୍ରେଶନ । ମଉଜ, ମସ୍ତିରେ ସ୍ବାଗତ କରିବେ ନୂଆବର୍ଷ ୨୦୨୦କୁ। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି ପ୍ରସ୍ତୁତି ହୋଇଯାଇଛି ଜିଲା ପ୍ରଶାସନ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ । ସହରର ବଡ଼ ବଡ଼ ହୋଟେଲଗୁଡ଼ିକ ସଜେଇ ହୋଇଗଲାଣି । ରଙ୍ଗିନ ଆଲୋକମାଳାରେ ଝଲସୁଛି ହୋଟେଲ ଓ ରେସ୍ତୋରାଁ । ଜିରୋ ନାଇଟ୍‌ ସେଲିବ୍ରେଶନ ପାଇଁ କେତେକ ହୋଟେଲରେ ମଧ୍ୟ ବିଶେଷ କାର୍ଯ୍ୟକ୍ରମ ବ୍ୟବସ୍ଥା ହୋଇଛି । ଅନ୍ୟପକ୍ଷରେ ଶ୍ରୀମନ୍ଦିରରେ ନୂଆବର୍ଷ ଲାଗି ସ୍ବତନ୍ତ୍ର ଭାବେ ନୀତି ନିର୍ଘଣ୍ଟ କରାଯାଇଛି । ୩୧ ତାରିଖ ରାତି ସାଢେ ୧୦ଟା ସୁଦ୍ଧା ଠାକୁରଙ୍କ ପହୁଡ଼ ହୋଇ ରାତି ୧ଟାରେ ଦ୍ୱାର ଫିଟାଯିବାକୁ ସ୍ଥିର କରାଯାଇଛି ।
ପବିତ୍ର ମହୋଦଧିରେ ସ୍ନାନ କରି ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଏବଂ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ଲାଗି ପୁରୀରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ହେଲାଣି । ମଙ୍ଗଳବାର ରାତି ୧୨ଟାରେ ଜିରୋ ନାଇଟ୍‌ ସେଲିବ୍ରେଶନ ପରେ ଭୋରୁ ସମୁଦ୍ରରେ ସ୍ନାନ କରିବେ ଏବଂ ନୂଆବର୍ଷର ପ୍ରଥମ ସୂର୍ଯ୍ୟଙ୍କୁ ଦର୍ଶନ କରିବେ । ଏହାପରେ ଶ୍ରୀମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ କରି ପରିବାର ମଙ୍ଗଳ କାମନା କରିବେ । ଏମିତି ଭାବନା ନେଇ ଛୁଟି ଆସିଛନ୍ତି ବହୁ ସଂଖ୍ୟାରେ ଭକ୍ତ। ତେଣୁ ଭକ୍ତ ଏବଂ ପର୍ଯ୍ୟଟକଙ୍କ ନିରାପଦ ସ୍ନାନ ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି ।
ନୂଆବର୍ଷରେ ଭକ୍ତମାନେ କିପରି ଶୃଙ୍ଖଳିତ ଭାବେ ଠାକୁରଙ୍କୁ ଦର୍ଶନ କରିବେ ସେଥିଲାଗି ବ୍ୟବସ୍ଥା ହୋଇଛି । ଶ୍ରଦ୍ଧାଳୁଙ୍କ ପାଇଁ ମୋବାଇଲ ଓ ଜୋତା ଷ୍ଟାଣ୍ଡ, ପାନୀୟଜଳ, ଟଏଲେଟ୍‌ର ସୁବିଧା କରାଯାଇଛି । ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ବାହାରେ ଏବଂ ଭିତରେ ୨୪ ଘଣ୍ଟିଆ ପୋଲିସ କର୍ମଚାରୀ ମୁତୟନ ରହିବେ । ମାର୍କେଟ ଛକରୁ ଆଗକୁ କୌଣସି ଗାଡି ଛାଡାଯିବ ନାହିଁ । ଏଠାରୁ ସ୍ବତନ୍ତ୍ର ଭାବେ ପାଦଚଲା କରିଡର କରାଯାଇଛି । ସେହିପରି ସିଂହଦ୍ୱାର ଦେଇ ଭକ୍ତମାନେ ମନ୍ଦିର ଭିତରକୁ ପ୍ରବେଶ କରିବେ। ଦର୍ଶନ କରିସାରିବା ପରେ ଅନ୍ୟ ତିନିଦ୍ୱାର ଦେଇ ବାହାରିବେ। ଉତ୍ତରଦ୍ୱାର ଦେଇ ପ୍ରସ୍ଥାନ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଭକ୍ତମାନେ ଯେପରି ମୋବାଇଲ ଫୋନ ନେଇ ଭିତରକୁ ଯିବେ ନାହିଁ ସେଥିପାଇଁ ପ୍ରବେଶ ପଥରେ ଯାଞ୍ଚ ବ୍ୟବସ୍ଥାକୁ କଡାକଡି କରାଯାଇଛି । ଭିତରେ ସାଦା ପୋଷାକଧାରୀ ସୁରକ୍ଷା କର୍ମୀ ନିୟୋଜିତ ହୋଇଛନ୍ତି । ଲକ୍ଷାଧିକ ଭକ୍ତଙ୍କ ଭିଡ଼ ସମ୍ଭାବନା ଥିବାରୁ ୩୧ ତାରିଖ ରାତି ସାଢେ ୧୦ଟା ସୁଦ୍ଧା ପହୁଡ଼ ଏବଂ ରାତି ୧ଟାରେ ଦ୍ୱାର ଫିଟିବ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri