ଶ୍ରୀମନ୍ଦିରରେ ପହଞ୍ଚିଲା ଦଶମୂଳ

ପୁରୀ ଅଫିସ,୧୬।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦିରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁଦିଅଁଙ୍କ ଗୁପ୍ତ ସେବା। ଶ୍ରୀଅଙ୍ଗ ସେବକ ଦଇତାପତି ସେବାରେ ଲାଗିଛନ୍ତି। ଫୁଲୁରି ତେଲ ଏବଂ ଓଷୁଅ ଲାଗି ପରେ ଦାରୁବିଗ୍ରହଙ୍କୁ ଏକାଦଶୀରେ ଦଶମୂଳ ଲାଗି କରାଯିବ। ଏଥର ଦୁଇଦିନ ଦଶମୀ ରହିଥିବା ବେଳେ ସୋମବାର ଶ୍ରୀମନ୍ଦିରର ବୈଦ୍ୟ ସେବକ ମହାପ୍ରଭୁଙ୍କ ପାଇଁ ଦଶମୂଳ ପ୍ରସ୍ତୁତି କରି ଗାରଦରେ ଦାଖଲ କରିଛନ୍ତି। ବୈଦ୍ୟ ସେବକଙ୍କ ମତରେ ଦଶମୂଳ ହେଉଛି ମହାପ୍ରଭୁଙ୍କ ଔଷଧ। ଏକମାସ ପୂର୍ବରୁ ଏହାକୁ ସଂଗ୍ରହ କରିବାକୁ ପଡ଼ିିଥାଏ। ସ୍ନାନ ପୂର୍ଣ୍ଣିମା ପରେ ଦଶମୂଳକୁ ଶୁଖାଯାଇଥାଏ। ଏହାକୁ ହେମଦସ୍ତାରେ କୁଟା ହୋଇ ଗୁଣ୍ଡ କରାଯାଏ। ନୂତନ କାଠ ଚୁଲିରେ ଏହାକୁ ପ୍ରସ୍ତୁତ କରାଯାଇ ମୋଦକ ତିଆରି କରାଯାଏ। ପରେ ଏହାକୁ ତାଳପତ୍ର ଭୋଗେଇରେ ପ୍ୟାକିଂ କରାଯାଇ ବୈଦ୍ୟ ସେବକ ଶ୍ରୀମନ୍ଦିରରେ ପହଞ୍ଚାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ଆରମ୍ଭରୁ ଆମେରିକାକୁ ବଡ଼ ଝଟକା ଦେଲା ଏହି ୨ ଦେଶ, ଟ୍ରମ୍ପଙ୍କ ନିଦ ହଜିଲା…

ଓ୍ବାଶିଂଟନ୍‌,୧।୧: ନୂତନ ବର୍ଷର ପ୍ରଥମ ଦିନରେ ଆମେରିକା ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଦୁଇଟି ଦେଶ ଆମେରିକୀୟ ନାଗରିକଙ୍କୁ...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ନୂଆ ମୁଖ୍ୟ ଶାସନ ସଚିବଙ୍କୁ ୧୫ ସୂତ୍ରୀ ନିର୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧।୧: ଶାସନ ପ୍ରଶାସନକୁ କ୍ରିୟାଶୀଳ କରିବାକୁ ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ମୁଖ୍ୟମନ୍ତ୍ରୀ୧୫ ଦଫା ନିର୍ଦ୍ଦେଶନାମା ପ୍ରଦାନ କରିଛନ୍ତି। ଲକ୍ଷ୍ୟ ହାସଲ ପାଇଁ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନକିଣା, ସବୁ ଚାଷୀଙ୍କ ଆକାଉଣ୍ଟକୁ…

ଭୁବନେଶ୍ୱର,୧ା୧: ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଘୋଷଣା କରିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଛନ୍ତି,...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri