ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ

ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍‌ ଡିସମ୍ବେର ୧୬ ତାରିଖଠାରୁ ଆରମ୍ଭ ହୋଇ ଜାନୁୟାରୀ ୧୪ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟହ ରାତ୍ର ୩ଟାରେ ଦ୍ୱାରଫିଟା, ୩ଟା ୩୦ରେ ଭିତରଶୋଧ, ୩ଟା ୪୫ରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହେବ। ସକାଳ ୬ଟା ୨୦ରୁ ୬ଟା ୫୦ ମଧ୍ୟରେ ପହିଲି ଭୋଗ ନୀତି ବଢିବ। ସକାଳ ୬ଟା ୩୦ରୁ ୯ଟା ସକାଳ ଧୂପ(କେବଳ କୋଠଭୋଗ), ୮ଟା ୪୫ରୁ ୧୦ଟା ୩୦ ଭୋଗମଣ୍ଡପ, ୧୧ଟା ୩୦ରୁ ମଧ୍ୟାହ୍ନ ୧୨ଟା ୩୦ ମଧ୍ୟାହ୍ନ ଧୂପ(କେବଳ କୋଠଭୋଗ), ୧୨ଟା ୧୫ରୁ ଅପରାହ୍ନ ୨ଟା ଦ୍ୱିତୀୟ ଭୋଗ ମଣ୍ଡପ ହୋଇ ଅନ୍ୟାନ୍ୟ ନୀତି ଚାଲିବ। ଅପରାହ୍ନ ୫ଟାରେ ସା ଆଳତି, ସାଢେ ୬ଟାରୁ ରାତି ୮ଟା ସା ଧୂପ, ୯ଟାରେ ଚନ୍ଦନ ଲାଗି, ୧୦ଟାରେ ବଡସିଂହାର ବେଶ, ୧୦ଟା ୩୦ ବଡସିଂହାର ଭୋଗ ଏବଂ ୧୧ଟାରେ ରାତ୍ର ପହୁଡ ନୀତି ସମ୍ପନ୍ନ ଲାଗି ନୀତି ଚୂଡ଼ାନ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri