ଶ୍ରୀମନ୍ଦିରରେ ପାନ ଖାଇ ଧରାପଡ଼ିଲେ ୬ଜଣ

ପୁରୀ ଅଫିସ, ୧୬।୧୦:ଶ୍ରୀମନ୍ଦିର ଭିତରେ ପାନ ଖାଇ ମଙ୍ଗଳବାର ୬ଜଣ ଧରାପଡ଼ିଛନ୍ତି। ମଙ୍ଗଳବାର ବାହାର ଦେଉଳିରେ କେତେଜଣ ଖଜା ତିଆରି କରୁଥିଲେ। ଶ୍ରୀମନ୍ଦିର ସ୍କ୍ବାଡ ସେଠାରେ ପହଞ୍ଚତ୍ବା ପରେ ସେମାନଙ୍କ ମଧ୍ୟରୁ ୬ ଜଣ ପାନ ଖାଉଥିବା ଦେଖିଥିଲେ। ଏ ନେଇ ଗାରଦକୁ ଜଣାଇବା ସେମାନଙ୍କୁ ଧରିଥିଲେ। ଭବିଷ୍ୟତରେ ଆଉ ପାନ ଖାଇ ମନ୍ଦିରକୁ ପ୍ରବେଶ କରିବ ନାହିଁ ବୋଲି ସେମାନଙ୍କୁ ତାଗିଦ କରି ଛାଡିଥିବା ଜଣାପଡିଛି।
ସ୍ବଚ୍ଛ ଏବଂ ପରିଷ୍କାର ରଖିବା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ମନ୍ଦିର ଭିତରକୁ ସମସ୍ତେ ଗୋଡ, ମୁହଁ ଧୋଇ ଶୁଦ୍ଧପୂତ ଭାବେ ପରିଷ୍କାର ହୋଇ ଯିବାର ବିଧି ରହିଛି। ଏହାକୁ ଦୃଷ୍ଟିରେ ରଖି ଗତ ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଏଣିକି କୌଣସି ସେବକ, ଭକ୍ତ କିମ୍ବା କର୍ମଚାରୀ ପାନ, ଗୁଟ୍‌ଖା ଓ ପାନ ମସଲା ଖାଇ ବା ମନ୍ଦିର ଭିତରକୁ ନେଇ ଯାଇପାରିବେ ନାହିଁ ବୋଲି ମୁଖ୍ୟ ପ୍ରଶାସକ କହିଥିଲେ। ଅଗଷ୍ଟ ୧ରୁ ଏହି କଟକଣା କଡାକଡି ହେବ। ପ୍ରବେଶ ପଥରେ ଯାଞ୍ଚ ହେବ। ଯଦି ପାନ, ଗୁଟ୍‌ଖା, ପାନ ମସଲା ଖାଇ କେହି ମନ୍ଦିର ଭିତରକୁ ପ୍ରବେଶ କରି ଧରାପଡିବେ ତେବେ ତାଙ୍କଠାରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯିବ। କିନ୍ତୁ ଏହି କଟକଣାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ଏବେ ବି ଅନେକ ପାନ, ଗୁଟ୍‌ଖା ମନ୍ଦିର ଭିତରେ ଖାଉଛନ୍ତି। ମଙ୍ଗଳବାର ୬ ଜଣ ପାଣିଆ (ଖଜା ଦୋକାନର ସହାୟକ) ଧରାପଡିବା ଘଟଣା ଏହାକୁ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri