ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା କଟକଣା ଜୋର ଧରିଲା

ପୁରୀ ଅଫିସ,୧୭ା୨: ଶ୍ରୀମନ୍ଦିର ପରିସରକୁ ସ୍ବଚ୍ଛ ଏବଂ ପରିଷ୍କାର ରଖିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛି। ଏଥିପାଇଁ ସ୍ବତନ୍ତ୍ର ଭାବେ ସ୍କ୍ବାଡ୍‌ ଗଠନ କରାଯାଇଥିବା ବେଳେ ଜରିମାନା ଆଦାୟର ବ୍ୟବସ୍ଥା ରହିଛି। ଏହାସତ୍ତ୍ବେ ବିଭିନ୍ନ ସମୟରେ ମନ୍ଦିର ପରିସରରେ ପାନଛେପ, ଗୁଟ୍‌ଖା ଖୋଳ ପଡିଥିବା ଦେଖିବାକୁ ମିଳୁଛି। ଶନିବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ମନ୍ଦିର ପରିସରରେ ପାନଛେପ ପଡିଥିବା ଦେଖି ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏହାପରଠାରୁ ଶିଥିଳ ପଡ଼ିଥିବା ପାନ, ଗୁଟ୍‌ଖା କଟକଣାକୁ ପୁଣି ଜୋର୍‌ଦାର କରାଯାଇଛି। ରବିବାର ଶ୍ରୀମନ୍ଦିର ଭିତରେ ପାନ ଖାଉଥିବାବେଳେ ଜଣେ ସେବାୟତ ଧରାପଡି ୫୦୦ ଟଙ୍କା ଜରିମାନା ଗଣିଛନ୍ତି। ଅନ୍ୟ ଜଣେ ସେବାୟତ ସ୍କ୍ବାଡ୍‌ଙ୍କୁ ଦେଖିବା ପରେ ପାନ ଢୋକିଦେବା ଚର୍ଚ୍ଚାର ବିଷୟ ହୋଇଛି।
ଶ୍ରୀମନ୍ଦିରରେ ସ୍ବଚ୍ଛତା ଏବଂ ଶୁଦ୍ଧତା ରକ୍ଷା ଦିଗରେ ୫-ଟି ସଚିବଙ୍କ ତାଗିଦ ପରେ ଏବେ ଶ୍ରୀମନ୍ଦିର ସ୍କ୍ବାଡ୍‌ଙ୍କଠାରୁ ଆରମ୍ଭ କରି ଅନ୍ୟ କର୍ମଚାରୀମାନେ ଚଳଚଞ୍ଚଳ ହୋଇପଡିଛନ୍ତି। ମନ୍ଦିର ପରିସର ଯଦି କୌଣସି ସ୍ଥାନରେ ପାନଛେପ ପଡିଛି, ସେଥିରେ ଚୂନ ମରାଯାଉଛି। ଏପରି କି ସ୍କ୍ବାଡ୍‌ ସଦସ୍ୟମାନେ ବୁଲି ବୁଲି ପାନ, ଗୁଟ୍‌ଖା କିଏ ଖାଇଛି କି ନାହିଁ ତାହାର ଯାଞ୍ଚ କରୁଛନ୍ତି। ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଏହି ଧରପଗଡ଼ ଶନିବାର ଦିନତମାମ୍‌ ଦେଖିବାକୁ ମିଳିଥିଲା।
ସୂଚନାଥାଉ କି, ଗତବର୍ଷ ଜୁଲାଇ ୨୯ରେ ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ପାନ, ଗୁଟ୍‌ଖାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଥିଲା। କୌଣସି ସେବକ, ଭକ୍ତ କିମ୍ବା ଶ୍ରୀମନ୍ଦିର କର୍ମଚାରୀ ପାନ, ଗୁଟ୍‌ଖା, ପାନ ମସଲା ଖାଇ ବା ଧରି ମନ୍ଦିର ଭିତରକୁ ଯାଇପାରିବେ ନାହିଁ। ପ୍ରବେଶ ପଥରେ ଯାଞ୍ଚ ହେବ। ପାନ, ଗୁଟ୍‌ଖା, ପାନ ମସଲା ଖାଇ କେହି ମନ୍ଦିର ଭିତରକୁ ପ୍ରବେଶ କଲେ ତାଙ୍କଠାରୁ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ କରାଯିବ ଲାଗି ନିଷ୍ପତ୍ତି ହୋଇଥିଲା। ଚାରିଦ୍ୱାରରେ ଭକ୍ତଙ୍କୁ ସଚେତନ କରିବା ଲାଗି ସୂଚନା ଫଳକ ଲଗାଯିବା ସହ ଗତବର୍ଷ ଅଗଷ୍ଟ ପହିଲାରୁ ଏହି କଟକଣାକୁ କଡାକଡି କରାଯାଇଥିଲା। କିନ୍ତୁ କିଛିଦିନ ପରେ ପୁଣି ଏହା ଶିଥିଳ ପଡି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?