ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ନିର୍ଦ୍ଦେଶ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ଜନିତ ମାମଲାର ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ ପାଇଛି। ଜଷ୍ଟିଶ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ସୁପ୍ରିମକୋର୍ଟ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ ଜାରି ହୋଇଥିବା ନିର୍ଦ୍ଦେଶଗୁଡିକ ମଧ୍ୟରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି, ଦର୍ଶନ ଲାଗି ଆସୁଥିବା ୬୦ ହଜାର ଭକ୍ତଙ୍କ ପାଇଁ ରହିବା ବନ୍ଦୋବ୍ୟସ୍ତ, ସରକାର ନାଳନର୍ଦ୍ଦମା ପାଣି ପାଇଁ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ବସାଇବା, ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ମିଶି ଜଗନ୍ନାଥ ସଂସ୍କୃତିର ପ୍ରଚାର ପାଇଁ ସ୍କୁଲ କଲେଜ ପ୍ରତିଷ୍ଠା କରିବା ଆଦି ଅନ୍ତର୍ଭୁକ୍ତ ରହିଛି।